Indus Valley Times

ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ

 Breaking News

ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ

December 20
23:45 2023

Bhubaneswar,Dec.20: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ ହୋଇଯାଇଛି । ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା । ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍‍ଘାଟନ କରାଯାଇଥିଲା । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିରୂପେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ୍ ଯୋଗଦାନ କରି ‘କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି’ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥିରୂପେ ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀଯୁକ୍ତ ପ୍ରମୋଦ କୁମାର ମିଶ୍ର ଯୋଗଦାନ କରି ବିଦ୍ୟାଳୟ ହିଁ ବିଦ୍ୟାର୍ଥୀମାନଙ୍କର ପ୍ରତିଭା ବିକାଶର ପ୍ରକୃଷ୍ଟ ସ୍ଥଳ ବୋଲି କହିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ ।

ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସାଂସ୍କୃତିକ ବିଭାଗର ମୁଖ୍ୟ ସଂଯୋଜିକା ସାରଦା ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଦ୍ରୌପଦୀ ନୃତ୍ୟ, ଜଳପରି, ରେଡ୍ ରାଇଡିଂ ହୁଡ୍‌, ମହାନଦୀରୁ ଝେଲମ୍ ପର୍ଯ୍ୟନ୍ତ, କାଳଜୟୀ ଦୁର୍ଗା ଆଦି ନୃତ୍ୟ ସଙ୍ଗୀତ କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ବିମୁଗ୍ଧ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031