Legatus

ଡେଙ୍ଗୁ ନେଇ ବିଏମସିର କଡ୍ଡା ଆଭିମୁଖ୍ୟ, ଘରୁ ମଶା ବାହାରିଲେ ଗଣିବେ ୧୦୦୦ ଟଙ୍କାର ଫାଇନ୍

 Breaking News

ଡେଙ୍ଗୁ ନେଇ ବିଏମସିର କଡ୍ଡା ଆଭିମୁଖ୍ୟ, ଘରୁ ମଶା ବାହାରିଲେ ଗଣିବେ ୧୦୦୦ ଟଙ୍କାର ଫାଇନ୍

ଡେଙ୍ଗୁ ନେଇ ବିଏମସିର କଡ୍ଡା ଆଭିମୁଖ୍ୟ, ଘରୁ ମଶା ବାହାରିଲେ ଗଣିବେ ୧୦୦୦ ଟଙ୍କାର ଫାଇନ୍
August 10
10:55 2023

ଭୁବନେଶ୍ୱର,୧୦/୮: ଘର ଘର ବୁଲି ଡେଙ୍ଗୁ ମଶା ଖୋଜିବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ କରିବ ବିଏମସି ।
ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତାହାହେଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ କରିବ ବିଏମସି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ପରେ ବିଏମସି ଟିମ ଘର ଘର ଯାଞ୍ଚ କରିବ ବୋଲି ସୂଚନା ଦିଆଯାଇଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୨ ଜଣ ଡେଙ୍ଗୁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ରାଜଧାନୀରେ ୯୨୪ଜଣଙ୍କର ସାମ୍ପଲ ଟେଷ୍ଟ ହେଇଥିବା ବେଳେ ୪୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି ।
ଅନ୍ୟପକ୍ଷରେ ଭୁବନେଶ୍ଵରରେ ଡେଙ୍ଗୁ ମୁକାବିଲା ପାଇଁ ସ୍ୱତନ୍ତ୍ର ରଣନୀତି ଆପଣେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ। ଭୁବନେଶ୍ୱର ମହାନଗର ନିଗମ (ଈଗଉ) ଅଧିକାରୀ, ଜନସ୍ୱାସ୍ଥ୍ୟ ଅଧିକାରୀ ଓ ଡାକ୍ତରଙ୍କୁ ନେଇ ଟିମ୍ ଗଠନ କରାଯାଇଛି।
ଏହି ଟିମ୍ ପ୍ରତିଦିନ ଘରକୁ ଘର ବୁଲି ଡେଙ୍ଗୁ ମୁକାବିଲା ପାଇଁ ଲୋକଙ୍କୁ ସଚେତନ କରାଇବା ସହିତ ପ୍ରତିକାର ପଦକ୍ଷେପ ନିଆଯାଉଛଛି। ବିଶେଷକରି ବର୍ଷା ଦିନରେ ଡେଙ୍ଗୁ ମଶାର ପ୍ରାର୍ଦୃଭାବ ଅଧିକ ଦେଖିବାକୁ ମିଳିଥାଏ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31