Indus Valley Times

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ

 Breaking News

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ
June 02
10:02 2024

ସାନଖେମୁଣ୍ଡି, ୨/୬: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ମୋହନା(ଗଜପତି)ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ଟ୍ରକ୍ ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ହେଲପରଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଫେରାର ହୋଇଥିବା ଜଣାଯାଇଛି।
ମୃତକଙ୍କ ନାଁ ସୁରେଶ କୁମାର ଗୁରୁ। ତାଙ୍କ ଘର ନୟାଗଡ଼ ଜିଲ୍ଲାର ସରପଡ଼ାରେ।
ଖବର ପାଇ ପାଟପୁର ଥାନା ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ଅଧିକ ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930