Indus Valley Times

ତୈଳ ଦର ବୃଦ୍ଧି ନେଇ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା କରିଛି ବାମ ଦଳ

 Breaking News

ତୈଳ ଦର ବୃଦ୍ଧି ନେଇ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା କରିଛି ବାମ ଦଳ

ତୈଳ ଦର ବୃଦ୍ଧି ନେଇ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା କରିଛି ବାମ ଦଳ
July 15
08:30 2021

ଭୁବନେଶ୍ୱର, ୧୫/୭: ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମ ଦଳ ପକ୍ଷରୁ ଗୁରୁବାର ଓଡିଶା ବନ୍ଦ ଡାକରା ଦିଆଯାଇଛି । ସିପିଆଇ, ସିପିଆଇଏମ, ସିପିଆଇଏମଏଲ ଏବଂ ଫରଓ୍ୱାର୍ଡ଼ ବ୍ଳକ୍ ଆଦି ୪ଟି ବାମ ଦଳ ପକ୍ଷରୁ ଗୁରୁବାର ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।
ଏହି ସମୟରେ ଗାଡ଼ି ମୋଟର ଏବଂ ଦୋକାନ ବଜାର ବନ୍ଦ ରଖିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି । ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୋଧରେ ଏହି ପ୍ରତିବାଦ କରାଯାଉଛି । ସେପଟେ ଏହି ବନ୍ଦକୁ କଂଗ୍ରେସ ସମର୍ଥନ କରିବ ବୋଲି ଘୋଷଣା କରି ସାରିଛି ।
ଗୁରୁବାର ସକାଳୁ ସକାଳୁ ଭୁବନେଶ୍ୱର ରେଳଷ୍ଟେସନରେ ବାମ ଦଳ କର୍ମୀ ରେଳରୋକ କରିଛନ୍ତି । ବନ୍ଦ ସମୟରେ ଦୋକାନ ବଜାର, ଗାଡ଼ି ଚଳାଚଳ, ରେଳ ଚଳାଚଳ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ପେଟ୍ରୋଲ ପମ୍ପ ଆଦି ପ୍ରଭାବିତ ହେବାକୁ ଥିବାରୁ ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନଙ୍କୁ ଅବଗତ କରିଛନ୍ତି ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲା ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031