Indus Valley Times

ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡି

 Breaking News

ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦% ପ୍ରାର୍ଥୀ ଦେବ ବିଜେଡି

December 25
20:32 2021

ଭୁବନେଶ୍ୱର,୨୫/୧୨: ଆଗକୁ ଆସୁଛି ପୌର ଓ ପଞ୍ଚାୟତ ନିର୍ବାଚନ । ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ସହିତ ସେମାନଙ୍କୁ ନ୍ୟାର‌୍ୟ୍ୟ ରାଜନୈତିକ ଅଧିକାର ପ୍ରଦାନ ପାଇଁ ବିଜେଡି ରାଜ୍ୟ କାର‌୍ୟ୍ୟକାରିଣୀ ବୈଠକ ଅନୁଷ୍ଟିତ ହୋଇଛି । ଏହି ବୈଠକରେ ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌରପାଳିକା ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବା ସଂକ୍ରାନ୍ତରେ କାର‌୍ୟ୍ୟକାରିଣୀରେ ସର୍ବସମ୍ମତ ମତ ପ୍ରକାଶ ପାଇବା ସହିତ ଏହା ଉପରେ ମୋହର ଲାଗିଛି ।
ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ବିଜ୍ଞପ୍ତି ଜାରି କରି କହିଛନ୍ତି, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବାପାଇଁ ବୈଠକରେ ପ୍ରସ୍ତାବ ଆଗତ କରିଥିଲେ । ସର୍ବସମ୍ମତ କ୍ରମେ ପ୍ରସ୍ତାବ ସପକ୍ଷରେ ମତପ୍ରକାଶ ପାଇବାପରେ ଏହାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା ଯାହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁଜ ସଙ୍କେତ ପ୍ରଦାନ କରିଛନ୍ତି । ଏହା ଫଳରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ହେବା ନିଶ୍ଚିତ ହୋଇଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031