Indus Valley Times

ଦାୟିତ୍ୱ ନେଲେ ନୂଆ ପୁଲିସ୍ କମିଶନର; କହିଲେ – ଆଗକୁ ବହୁତ ଚ୍ୟାଲେଞ୍ଜ ଅଛି

 Breaking News

ଦାୟିତ୍ୱ ନେଲେ ନୂଆ ପୁଲିସ୍ କମିଶନର; କହିଲେ – ଆଗକୁ ବହୁତ ଚ୍ୟାଲେଞ୍ଜ ଅଛି

ଦାୟିତ୍ୱ ନେଲେ ନୂଆ ପୁଲିସ୍ କମିଶନର; କହିଲେ – ଆଗକୁ ବହୁତ ଚ୍ୟାଲେଞ୍ଜ ଅଛି
January 29
15:22 2024

ଭୁବନେଶ୍ୱର, ୨୯/୧: ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା। ଆଜି ବିଦାୟୀ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।ପୁଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି।
ଏହି ଅବସରରେ ନୂଆ ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ଆଗକୁ ସାଧାରଣ ନିର୍ବାଚନ ଥିବାରୁ ତାହାକୁ କିପରି ସୁରଖୁରୁରେ ସମ୍ପାଦନ କରାଯିବ, ସେଥିନିମନ୍ତେ ଏବେଠୁ ପ୍ରସ୍ତୁତି ଆରମ୍ଭ କରିବୁ।
ଏଥିସହ ୫ଟି ଓ ମୋ’ ସରକାରର ସମସ୍ତ ନିୟମ ଅନୁପାଳନ କରିବୁ। ଏହାଦ୍ୱାରା ପୁଲିସ୍ ସାଧାରଣ ଲୋକଙ୍କ ନିକଟତର ହେବା ସହ ଅଧିକ ସେବା ଯୋଗାଇ ଦେଇ ପାରିବ।
୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଞ୍ଜୀବ ପଣ୍ଡା। ପୁଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୁଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ।
ପୂର୍ବରୁ ସେ ପୁରୀ ଆରକ୍ଷୀ ଅଧୀକ୍ଷକ, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ନିର୍ବାହ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031