Indus Valley Times

ଦିନକ ପରେ ଭୋଟ୍: ୪୨ ଆସନ ଉପରେ ନଜର

 Breaking News

ଦିନକ ପରେ ଭୋଟ୍: ୪୨ ଆସନ ଉପରେ ନଜର

ଦିନକ ପରେ ଭୋଟ୍: ୪୨ ଆସନ ଉପରେ ନଜର
May 31
10:32 2024

ଓଡ଼ିଶା, ୩୧/୫: ଆସନ୍ତାକାଲି ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା ଆସନରେ ହେବ ମତଦାନ। ଏହି ପର‌୍ୟ୍ୟାୟରେ ୬୬ ଲୋକସଭା ଏବଂ ୩୯୪ ବିଧାନସଭା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ଭୋଟର। ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ଯେ,୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଛି । ୧୪ଶହ ବୁଥ୍ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏଥିପାଇଁ ନିୟୋଜିତ ହେବେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ।ଏହା’ସହ ଭୋଟିଂବେଳେ ମୁତୟନ ରହିବେ ୧୨୫ କମ୍ପାନୀ ଉଇଚ। ସବୁଥର ଭଳି ଏଥର ବି ଚଡଊ ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଛି।
ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇ ଉଋଙ କହିଛନ୍ତି, ପୋଲିଂ ବୁଥକୁ ପ୍ରିଜାଇଡିଂ ଅଫିସରଙ୍କ ବ୍ୟତୀତ କୌଣସି ବ୍ୟକ୍ତି ମୋବାଇଲ ନେଇପାରିବେ ନାହିଁ। ୨୦୧୯ରେ ଏହି ୬ଟି ସଂସଦୀୟ କ୍ଷେତ୍ରରେ ୭୪ ପ୍ରତିଶତ ମତଦାନ ହାର ଥିବା ନେଇ ବି ଉଋଙ ସୂଚନା ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031