Indus Valley Times

ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ଜୱାଦ’, ଲଗାଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି

 Breaking News

ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ଜୱାଦ’, ଲଗାଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି

December 05
08:53 2021

ଭୁବନେଶ୍ୱର,୫/୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଜୱାଦ’ ଶନିବାର ଗଭୀର ଅବପାତରେ ପରିଣତ ହୋଇସାରିଥିବା ବେଳେ ରବିବାର ତାହା ଅବପାତର ରୂପ ନେବ। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।
ଗଭୀର ଅବପାତରେ ପରିଣତ ହେବା ପରେ ଜୱାଦ ଉତ୍ତର-ଉତ୍ତରପୂର୍ବ ଦିଗମୁହାଁ ହୋଇଥିବା ବେଳେ ଅବପାତରେ ପରିଣତ ହେଲା ପରେ ଆଜି ମଧ୍ୟାହ୍ନରେ ପୁରୀ ଉପକୂଳ ପାଖାପାଖି ହେବ। ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୧୧ କିମି ବେଗରେ ଗତି କରୁଛି।
ଗଭୀର ଅବପାତର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଓ ପବନ ଲାଗି ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି।
ରାଜ୍ୟର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହି ସବୁ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେହିପରି ରାଜ୍ୟର ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା ଓ ପୁରୀ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031