Indus Valley Times

ଦ୍ରୌପଦୀ ମୁର୍ମୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ

 Breaking News

ଦ୍ରୌପଦୀ ମୁର୍ମୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ

June 21
22:00 2022

ନୂଆଦିଲ୍ଲୀ,୨୧/୬: : ଏନ୍‌ଡିଏ ମେଣ୍ଟ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି । ମୁର୍ମୁ ପୁର୍ବରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ରହିଆସିଛନ୍ତି । ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ସଭାପତି ଜେ.ପି.ନଡ୍ଡା ଏହି ଘୋଷଣା କରିଛନ୍ତି ।
ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ଓଡ଼ିଶା ପାଇଁ ଏକ ଗୌରବର ବିଷୟ ବୋଲି କୁହାଯାଉଛି । ଓଡ଼ିଶାର ମୟୁରଭଞ୍ଜ ଜିଲ୍ଲାରୁ ଆସୁଥିବା ମୁର୍ମୁ ପୂର୍ବରୁ ବିଜେପି-ବିଜେଡି ମେଣ୍ଟ ସରକାରରେ ଜଣେ ମନ୍ତ୍ରୀ ଥିଲେ ।
ଆଜି ବିରୋଧୀ ୟୁପିଏ ପକ୍ଷରୁ ଯଶବନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଥିଲା । ଏଣୁ ଏଥର ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁ ଓ ଯଶବନ୍ତ ସିହ୍ନାଙ୍କ ମଧ୍ୟରେ ଲଢେଇ ହେବ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031