Indus Valley Times

ଧର୍ମଶାଳା ୧୫ନଂ ଜୋନ୍ ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡିରପ୍ରାର୍ଥୀ ବିଜୟୀ ହେଲେ ଚକ୍ରଧର ବେହେରା

 Breaking News

ଧର୍ମଶାଳା ୧୫ନଂ ଜୋନ୍ ଜିଲ୍ଲା ପରିଷଦ ଉପନିର୍ବାଚନରେ ବିଜେଡିରପ୍ରାର୍ଥୀ ବିଜୟୀ ହେଲେ ଚକ୍ରଧର ବେହେରା

August 11
22:24 2023

ଅକ୍ଷୟ କୁମାର ରାଉତଙ୍କ ରିପୋର୍ଟ
ଯାଜପୁର,୧୧/୮: ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ୧୫ନଂ ଜୋନ୍ ଜିଲ୍ଲା ପରିଷଦ ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହେଲେ ବିଜେଡିର ଜିଲ୍ଲା ପରିଷଦ ପ୍ରାର୍ଥୀ ଚକ୍ରଧର ବେହେରା। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ମହେଶ୍ବର ତରାଇଙ୍କୁ ୧୦ହଜାର ୧୯୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି।
ଏହି ନିର୍ବାଚନରେ ବିଜେଡି ପ୍ରାର୍ଥୀ ୧୬ ହଜାର ୬୩୬ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୬ ହଜାର ୪୪୦ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀଙ୍କୁ ମିଳିଛି ମାତ୍ର ୮ଶହ ୫୧ଭୋଟ ।
ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ଆଜି ସକାଳ ୮ଟା ସମୟରୁ ଭୋଟ ଗଣତି ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିଥିଲା।
ଭୋଟ ଗଣତି କରାଯାଇ ଶେଷରେ ଚକ୍ରଧର ବେହେରାଙ୍କୁ ବିଜୟୀ ଘୋଷଣା କରାଯାଇଥିଲା। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହି ଉପନିର୍ବାଚନ ୩ପ୍ରମୁଖ ରାଜନୈତିକ ଦଳ ପାଇଁ ବେଶ ଗୁରୁତ୍ୱ ବହନ କରୁଥିଲା।
ସୂଚନା ଯୋଗ୍ୟ ଯେ ୨୦୨୨ ପଞ୍ଚାୟତ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଭାଗ୍ୟଧର ସେଠୀ ଏହି ଆସନରୁ ୪ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିଲେ।
ତେବେ ତାଙ୍କର ଅକାଳ ମୃତ୍ୟୁ ପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ବିଜୟର ଶ୍ରେୟ ଜୋନର ସମସ୍ତ ଭୋଟର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯାଉଛି ବୋଲି ପ୍ରତିକ୍ରିୟାରେ କହିଛନ୍ତି ବିଜୟୀ ପ୍ରାର୍ଥୀ ଚକ୍ରଧର ବେହେରା ଓ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031