Indus Valley Times

ନବମ ଓ ଦଶମ ଶ୍ରେଣୀରେ ପଢ଼ାଯିବ ‘ବନ୍ଦେ ଉତ୍କଳ ଜନନୀ’

 Breaking News

ନବମ ଓ ଦଶମ ଶ୍ରେଣୀରେ ପଢ଼ାଯିବ ‘ବନ୍ଦେ ଉତ୍କଳ ଜନନୀ’

ନବମ ଓ ଦଶମ ଶ୍ରେଣୀରେ ପଢ଼ାଯିବ ‘ବନ୍ଦେ ଉତ୍କଳ ଜନନୀ’
November 13
14:37 2020

ଭୁବନେଶ୍ବର,୧୩/୧୧: ଏଣିକି ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ଲିଖିତ ଏହି କାଳଜୟୀ କୃତୀକୁ ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ ପଢ଼ିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ କରୋନା ମହାମାରୀ ସମୟରେ ସାରା ରାଜ୍ୟ ତଥା ସାରା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।
ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ ସୁଦୃଢ଼ କରିବା ସହିତ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

-Odisha Reporter

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031