Legatus

ନିର୍ବାଚନ ୨୦୨୪, ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

 Breaking News

ନିର୍ବାଚନ ୨୦୨୪, ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ

ନିର୍ବାଚନ ୨୦୨୪, ଓଡିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ
April 29
11:44 2024

ଭୁବନେଶ୍ୱର, ୨୯/୪ : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ।
ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।
ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ।
ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ପୁରୁଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ରହିଛନ୍ତି।
ଏହି ପର୍ଯ୍ୟାୟରେ ପ୍ରାୟ ସମସ୍ତ ସିଟରେ ସମସ୍ତ ଦଳର ହେଭିୱେଟ୍ ନିର୍ବାଚନ ଲଢ଼ୁଛନ୍ତି। ତେଣୁ ତାରିଖ ପାଖେଇବା ସହ ସରଗରମ ହେଉଛି ରାଜ୍ୟ ରାଜନୀତି।
ସୂଚନାଯୋଗ୍ୟ, ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର‌୍ୟ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର‌୍ୟ୍ୟାୟ ଭୋଟ ହେବ। ସେହିପରି ପ୍ରଥମ ପର‌୍ୟ୍ୟାୟ ଭୋଟ ମେ’ ୧୩ରେ ହେବ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31