Indus Valley Times

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୧୦୦ କୋଟି ଟଙ୍କା ଖର୍ଚ୍ଚ ଓ ୧୮ ମାସରେ ସଂପୂର୍ଣ୍ଣ

 Breaking News

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୧୦୦ କୋଟି ଟଙ୍କା ଖର୍ଚ୍ଚ ଓ ୧୮ ମାସରେ ସଂପୂର୍ଣ୍ଣ

April 27
19:11 2022

ଭୁବନେଶ୍ୱର, ୨୭/୪: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି ।
ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ପ୍ରକଳ୍ପର ସଫଳ କାର‌୍ୟ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ ।
ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ ।
ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ ।
ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ। ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର, ଦର୍ଶନ ସହ ପରିକ୍ରମା, ଚନ୍ଦନ ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ ସହିତ ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟ କରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ।
ମନ୍ଦିରକୁ ଯାଇଥିବା ପାହାଚ ଶ୍ରେଣୀର ପୁନରୁଦ୍ଧାର ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯିବ ।
ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳର ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ବଗିଚାର ବିକାଶ କରାଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031