Indus Valley Times

ନୂଆପଡ଼ାରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

 Breaking News

ନୂଆପଡ଼ାରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ାରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ
November 06
18:04 2025

ନୂଆପଡ଼ା, ୬/୧୧ : ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଏବେ ହେଭିଓ୍ବେଟ୍ ନେତାମାନେ ପ୍ରଚାର ମଇଦାନକୁ ଓହ୍ଲାଇ ଭୋଟ୍ ଭିକ୍ଷା କରିଛନ୍ତି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଆଜି ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ ମୁଖମନ୍ତ୍ରୀ ବିଷ୍ଣୁଦେବ ସାଏ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ କୋମନାରେ ପ୍ରଚାର କରିଛନ୍ତି। ଏହି ଅବସରରେ ସେ ଏକ ବିରାଟ ରୋଡ୍‌‌ ଶୋ’ କରିଛନ୍ତି। ରୋଡ୍ ଶୋ’ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଅନ୍ୟମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ସେହିପରି ହଜାର ହଜାର ବିଜେପି ସମର୍ଥକ ଓ କର୍ମୀଙ୍କ ଭିଡ଼ ରହିଛି।
ଏହାପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ମଧ୍ୟ ନୂଆପଡ଼ା ବ୍ଲକ୍‌ରେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି। ସେହିପରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଆସନ୍ତାକାଲି ନୂଆପଡ଼ାରେ ରୋଡ ଶୋ କରିବେ। ଗତ ୩ ତାରିଖରେ କୋମନାରେ ନବୀନ ବିରାଟ ଜନସଭା କରିଥିବା ବେଳେ ଆସନ୍ତାକାଲି ନୂଆପଡ଼ାରେ ରୋଡ ଶୋ କରିବାକୁ ଯାଉଛନ୍ତି। ଉପନିର୍ବାଚନକୁ ବିଜେଡି ସମ୍ମାନ ଭାବେ ନେଇଛି। ଏଣୁ ଆସନ୍ତାକାଲି ଦ୍ବିତୀୟଥର ପାଇଁ ନବୀନ ନୂଆପଡ଼ାକୁ ଆସି ପ୍ରଚାର କରିବେ। ଏହା ସହ ଖରିଆର୍ ରୋଡ୍ ଓ ନୂଆପଡ଼ା ଏନ୍‌ଏସିରେ ରୋଡ୍ ସୋ କରିବାର କାର‌୍ୟ୍ୟକ୍ରମ ରହିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031