Indus Valley Times

ନୟାଗଡ଼ ସଦର ମହକୁମାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

 Breaking News

ନୟାଗଡ଼ ସଦର ମହକୁମାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

November 07
20:38 2022

ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼, ୭/୧୧: ଆଜି ସକାଳ ୧୦ଘଟିକା ୩୦ ମିନିଟ୍ ସମୟରେ ନୟାଗଡ଼ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଯୁଗ୍ମଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଶ୍ରୀ ସାହୁଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ଆଜି ସମୁଦାୟ ୧୨୧ଗୋଟି ଅଭିଯୋଗ ପଂଜିକୃତହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୦୩ଗୋଟି ଅଭିଯୋଗର ଶୁଣାଣି କରାଯାଇ ସମୁଦାୟ ୩୮ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା ।
ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ଫଣ୍ଡରୁ ୧୩ଜଣ ଏବଂ ଜିଲ୍ଲା ରେଡ୍କ୍ରସ ସଂସ୍ଥାରୁ ୦୫ଜଣ ଦରଖାସ୍ତକାରୀଙ୍କୁ ଆର୍ଥିକ ଅନୁଦାନଅନୁମୋଦନ କରାଯାଇଥିଲା । ଅବଶିଷ୍ଟ କେସଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ।ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ଚନ୍ଦ୍ର ପହି,ଉପଜିଲ୍ଲାପାଳ ଶ୍ରୀ ଶକ୍ତିକାନ୍ତ ରାୟ, ତହସିଲଦାର ନୟାଗଡ଼, ଗୋଷ୍ଠୀ ଉନ୍ନୟନ ଅଧିକାରୀନୟାଗଡ଼ , ଡେପୁଟୀ କଲେକ୍ଟର(ଅଭିଯୋଗ) ଆୟୁଶୀ ମହାପାତ୍ର , ଜିଲ୍ଲାସ୍ତରୀୟ ପଦାଧିକାରୀ,ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031