Indus Valley Times

ନୟାଗଡ଼ : ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର

 Breaking News

ନୟାଗଡ଼ : ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର

June 13
20:23 2022

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼, ୧୩/୬: ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ପଞ୍ଚାୟତ ସମିତି ସଭାଗୃହ ରେ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅଲେଖ ଚନ୍ଦ୍ର ପହି ଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପହି ଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଖଣ୍ଡପଡ଼ା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶ୍ରୀ ଶିଶିର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଖଣ୍ଡପଡ଼ା, ତହସିଲଦାର ଖଣ୍ଡପଡ଼ା, ଜିଲ୍ଲା ସ୍ତରୀୟ ଅଧିକାରୀ, ଲାଇନ ବିଭାଗ ଅଧିକାରୀ ମାନେ ଉପସ୍ଥିତ ରହି ଜନଶୁଣାଣି ରେ ସହଯୋଗ କରିଥିଲେ।
ଆଜି ପଞ୍ଜିକୃତ ହୋଇଥିବା ୧୪୨ ଟି ଅଭିଯୋଗ ମଧ୍ୟରୁ ବ୍ୟକ୍ତିଗତ ଭାବେ ୧୩୦ ଟି , ସାମୂହିକ ୮ଟି ଗ୍ରାମ ବିବାଦ ର ଶୁଣାଣି କରାଯାଇ ତତକାଳ ୪୭ ଟି ସମାଧାନ କରାଯାଇଥିଲା।
ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତିନି ଗୋଟି କେସ ରେ ସହାୟତା ଯୋଗାଇ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଅବଶିଷ୍ଟ ଦରଖାସ୍ତ ଗୁଡିକୁ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031