Indus Valley Times

ପଛୁଆବର୍ଗକୁ ସଂରକ୍ଷଣରେ ଅବହେଳା ଅଭିଯୋଗରେ ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ

 Breaking News

ପଛୁଆବର୍ଗକୁ ସଂରକ୍ଷଣରେ ଅବହେଳା ଅଭିଯୋଗରେ ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ

October 18
10:15 2021

ନୂଆପଡ଼ା, ୧୮/୧୦ : ନୂଆପଡ଼ା ଜିଲ୍ଲାରେ ଆଗାମୀ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗକୁ ସଂରକ୍ଷଣରେ ଅବହେଳା ଅଭିଯୋଗରେ ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଏନେଇ ରାଜ୍ୟ ସରକାର ଉପରେ ଅସନ୍ତୋଷ ଦେଖା ଦେଇଛି।
ଏହାକୁ ନେଇ ନୂଆପଡ଼ା ଜିଲ୍ଲା ଓବିସି ପକ୍ଷରୁ ଆଜି ନୂଆପଡ଼ା ସଂପୂର୍ଣ୍ଣ ଭାବେ ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା ଦେଇଛନ୍ତି। ସୋମବାର ଦିନ ସକାଳୁ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ।
ଓବିସି ମଞ୍ଚ ପକ୍ଷରୁ ନୂଆପଡ଼ା ସଦର ଏକତା ଛକ ଠାରେ ୩୫୩ ନଂ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏହି ବନ୍ଦରେ ନୂଆପଡ଼ା ସରକାରୀ, ବେସରକାରୀ ଅଫିସ, କୋର୍ଟ, ଦୋକାନ ବଜାର, ପେଟ୍ରୋଲ ପମ୍ପ, ବ୍ୟାଙ୍କ ସେବା ସଂପୂର୍ଣ୍ଣ ଭାବେ ବନ୍ଦ ରହିଛି।
ନୂଆପଡ଼ା ,କୋମନା, ଖଡିଆଳ, ବୋଡେନ ଓ ସିନାପାଲି ବ୍ଲକ୍ ସଂପୂର୍ଣ୍ଣ ଭାବରେ ବନ୍ଦ ରହିଛି। ପୁଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031