Indus Valley Times

ପଞ୍ଚାୟତ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ପୂର୍ବରୁ ନିର୍ବାଚନ କମିଶନରଙ୍କ ପ୍ରେସ ମିଟ୍, ସକାଳ ୭ ଟାରୁ ଆରମ୍ଭ ହେବ ମତଦାନ

 Breaking News

ପଞ୍ଚାୟତ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ପୂର୍ବରୁ ନିର୍ବାଚନ କମିଶନରଙ୍କ ପ୍ରେସ ମିଟ୍, ସକାଳ ୭ ଟାରୁ ଆରମ୍ଭ ହେବ ମତଦାନ

ପଞ୍ଚାୟତ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ପୂର୍ବରୁ ନିର୍ବାଚନ କମିଶନରଙ୍କ ପ୍ରେସ ମିଟ୍, ସକାଳ ୭ ଟାରୁ ଆରମ୍ଭ ହେବ ମତଦାନ
February 15
14:29 2022

ଭୁବନେଶ୍ବର, ୧୫/୨: ଆସନ୍ତାକାଲି ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏନେଇ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢୀ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ଅପରାହ୍ଣ ସୁଦ୍ଧା ପୋଲିଂ ପାର୍ଟି ବୁଥରେ ପହଞ୍ଚିବେ। ଆସନ୍ତାକାଲି ସକାଳ ୭ଟାରୁ ଦିନ ୧ଟା ଯାଏ ଭୋଟ୍ ଗ୍ରହଣ ଚାଲିବ। ୩୦ ଜିଲ୍ଲାର ୨ ଶହ ଜିଲ୍ଲା ପରିଷଦ ଜୋନ୍ ଓ ୧୬୬୯ ପଞ୍ଚାୟତରେ ଭୋଟ ଗ୍ରହଣ କରାଯିବ।
ଏଥିପାଇଁ ୨୨ ହଜାର ୩୭୯ ବୁଥ ଖୋଲିଛି। ଏହାକୁ ଦୃଷ୍ଟିରେ ରଖି ସମ୍ବେଦନଶୀଳ ଅଞ୍ଚଳରେ ପୁଲିସ ଫ୍ଲାଗମାର୍ଚ୍ଚ କରୁଛି । ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ସହ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ବୁଷ୍ଟର ଡୋଜ୍ ଟିକା ଦିଆଯାଇଛି। ଏଥର ପଞ୍ଚାୟତ ନିର୍ବାଚନରେ ୬୭୯୪ ଗ୍ରାମପଞ୍ଚାୟତର ୯୧,୯୧୩ ୱାର୍ଡରେ ୨ କୋଟି ୭୯ ଲକ୍ଷରୁ ଅଧିକ ଲୋକ ମତଦାନ ଅଧିକାର ସାବ୍ୟସ୍ତ କରିବେ। ୯୧,୯୧୩ଟି ବୁଥ୍ ଭିତରୁ ୧୩, ୭୮୫ଟି ବୁଥ୍ ଉତ୍ତେଜନା ପ୍ରବଣ ରହିଛି।
ରାଜ୍ୟ ନିର୍ବାଚନ କମିସନ ଆହୁରି କହିଛନ୍ତି, ବୁଧବାର ୩୦ଟି ଜିଲ୍ଲାର ୭୧ଟି ବ୍ଲକର ୨୦୨ଟି ଜିଲ୍ଲା ପରିଷଦ ଜୋନ୍, ୧୬୬୯ଟି ସରପଞ୍ଚ, ୧୬୬୯ଟି ପଞ୍ଚାୟତ ସମିତି ସଭ୍ୟ ଓ ୨୦ହଜାରରୁ ଅଧିକ ୱାର୍ଡ ମେମ୍ବର ପଦବି ପାଇଁ ୨୨୩୭୯ଟି ବୁଥରେ ମତଦାନ ହେବ। ୬୭ଲକ୍ଷ ୫୧ହଜାର ୬୮ଜଣ ମତଦାତା ଭୋଟ୍ ଦେବେ। ମତଦାତାମାନେ ଭାରତର ନିର୍ବାଚନ କମିସନଙ୍କ ଦ୍ବାରା ପ୍ରଦତ୍ତ ଭୋଟର ପରିଚୟ ପତ୍ର ଦେଖାଇ ମତଦାନ କରିପାରିବେ।
ଏହାଛଡ଼ା ଏଥିଲାଗି ଅନ୍ୟ ୧୩ଟି ଦସ୍ତାବିଜ୍ ଭିତରୁ କୌଣସି ଗୋଟିଏ ବି ଦେଖାଇପାରିବେ। ଏହି ସମୟରେ କୋଭିଡ କଟକଣା ମାନିବାକୁ ଓ ସାମାଜିକ ଦୂରତା ବଜାୟ ରଖିବାକୁ ରାଜ୍ୟ ନିର୍ବାଚନ କମିସନ ଭୋଟରମାନଙ୍କୁ ଅନୁରୋଧ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031