Indus Valley Times

ପଦ୍ମପୁରରେ କିଏ ମାରିବ ବାଜି ? ଦ୍ୱିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ

 Breaking News

ପଦ୍ମପୁରରେ କିଏ ମାରିବ ବାଜି ? ଦ୍ୱିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ

ପଦ୍ମପୁରରେ କିଏ ମାରିବ ବାଜି ? ଦ୍ୱିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ
December 08
10:25 2022

ଭୁବନେଶ୍ୱର,୮/୧୨: ପଦ୍ମପୁର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଚାଲିଛି। ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ମଧ୍ୟ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରଦୀପ ପରୋହିତଙ୍କଠାରୁ ୩୬୧୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୧୦୫୯୮, ବିଜେପିକୁ ୬୯୭୯ ଓ କଂଗ୍ରେସକୁ ୩୬୬ ଭୋଟ୍ ମିଳିଛି।
ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୫୫୦୧ ଖଣ୍ଡ ଭୋଟ୍ ମିଳିଥିଲା। ବିଜେପିକୁ ୩୭୮୯ ଓ କଂଗ୍ରେସକୁ ୨୦୬ ଖଣ୍ଡ ଭୋଟ୍ ମିଳିଥିଲା।
ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ ଗ୍ରହଣ ହୋଇଥିଲା। ରେକର୍ଡ ୮୧.୨୯ ପ୍ରତିଶତ ମତଦାନ ହୋଇଥିଲା। ବିଜେଡିରୁ ବର୍ଷା ସିଂ ବରିହା ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ପ୍ରାର୍ଥୀ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031