Indus Valley Times

ପରଲୋକରେ ଭି. ସୁଜ୍ଞାନ କୁମାରୀ ଦେଓ, ୮୭ ବର୍ଷ ବୟସରେ ବୁଜିଲେ ଆଖି

 Breaking News

ପରଲୋକରେ ଭି. ସୁଜ୍ଞାନ କୁମାରୀ ଦେଓ, ୮୭ ବର୍ଷ ବୟସରେ ବୁଜିଲେ ଆଖି

ପରଲୋକରେ ଭି. ସୁଜ୍ଞାନ କୁମାରୀ ଦେଓ, ୮୭ ବର୍ଷ ବୟସରେ ବୁଜିଲେ ଆଖି
February 10
09:42 2024

ଭୁବନେଶ୍ୱର,୧୦/୨: ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।
ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ସେ ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର
ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିିଥିଲେ। ଏହାପରେ ରାତି ୧୨ଟା ୪୪ ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି।
ଆଜି ସନ୍ଧ୍ୟାରେ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ମରଶରୀର। ଚେନ୍ନାଇରୁ ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ । ଏହାପରେ ମରଶରୀର ଖଲ୍ଲିକୋଟ ନିଆଯିବାର ବ୍ୟବସ୍ଥା ହେବ । ଏନେଇ ସୂଚନା ଦେଇଛନ୍ତି ମର୍ଦ୍ଦରାଜ ପରିଷଦ ସମ୍ପାଦକ ସୁଧାଂଶୁ ସାହୁ ।
ଭି.ସୁଜ୍ଞାନ କୁମାରୀ ଦେଓ କେବଳ ଯେ ବିଧାୟିକା ଥିଲେ ତା ନୁହେଁ, ସମାଜସେବୀ ଓ କୃଷିଜୀବି ଭାବେ ବି ଥିଲା ତାଙ୍କ ସ୍ୱତନ୍ତ୍ର ପରିଚୟ। ୧୯୩୭ ମସିହା ଅଗଷ୍ଟ ୫ରେ ଗଞ୍ଜାମରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ କୁମାରୀ। ସୁଜ୍ଞାନ କୁମାରୀଙ୍କ ବାପାଙ୍କ ନାମ ରାଜା ଆର.ଭି.ଏମ୍ ନିଳାଦ୍ରୀ ଦେଓ ଏବଂ ସ୍ୱାମୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ।
୧୯୭୪, ୧୯୭୭, ୧୯୮୫, ୧୯୯୦, ୧୦୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ସୁଜ୍ଞାନ। ପ୍ରଥମ ଥର ପାଇଁ ସେ ୧୯୬୧-୬୭ ପର‌୍ୟ୍ୟନ୍ତ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକଟରେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟ ଥର ପାଇଁ ଉତ୍କଳ କଂଗ୍ରେସ ତରଫରୁ ୧୯୭୪-୧୯୭୭ ପର‌୍ୟ୍ୟନ୍ତ ହୋଇଥିଲେ ବିଧାୟିକା। ତୃତୀୟ ଥର ପାଇଁ ଜନତା ଟିକଟରେ ବିଜୟ ଲାଭ କରି ୧୯୭୭-୧୯୮୦ ପର‌୍ୟ୍ୟନ୍ତ ଖଲ୍ଲିକୋଟର ବିଧାୟିକା ହୋଇଥିଲେ ସୁଜ୍ଞାନ।
ଏହାପରେ ଜନତା ପାର୍ଟିରୁ ୧୯୮୫-୧୯୯୦ ଯାଏଁ ଚତୁର୍ଥ ଥର ପାଇଁ ବନିଥିଲେ ବିଧାୟିକା। ସେ ୧୯୯୦-୯୫ ପର‌୍ୟ୍ୟନ୍ତ ଜନତା ଦଳ ତରଫରୁ ଖଲ୍ଲିକୋଟରୁ ପଞ୍ଚମ ଥର ଲାଗି ନିର୍ବାଚିତ ହୋଇଥିଲେ । ସେ ୧୯୯୫-୨୦୦୦ ପର‌୍ୟ୍ୟନ୍ତ ପୁଣି ଥରେ ଜନତା ଦଳ ତରଫରୁ ନିର୍ବାଚନ ଲଢି ସେ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।
କବିସୂର‌୍ୟ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳ ତରଫରୁ ୨୦୦୯ରୁ ୨୦୧୪ ଏବଂ ୨୦୧୪ରୁ ୨୦୧୯ ଯାଏଁ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି ସୁଜ୍ଞାନ। ଏହାସହ ସେ ବିଧାନସଭାର ବିଭିନ୍ନ କମିଟିରେ ସଦସ୍ୟ ରହିଆସିଥିଲେ। କିନ୍ତୁ ସେ କେବେ ମନ୍ତ୍ରୀ ହେବା ପାଇଁ ଆଗ୍ରହ ପ୍ରକାଶ କରିନଥିଲେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031