Indus Valley Times

ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଜଣେ ଗିରଫ, ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରାମାଣ ରହିଛି: ଅରୁଣ ବୋଥ୍ରା

 Breaking News

ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଜଣେ ଗିରଫ, ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରାମାଣ ରହିଛି: ଅରୁଣ ବୋଥ୍ରା

December 21
17:13 2020

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼,୨୧/୧୨: ନୟାଗଡ ଯଦୁପୁର ପରୀ ମୃତ୍ୟୁ ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଯଦୁପୁରରୁ ଅଭିଯୁକ୍ତକୁ ପୁଲିସ ଉଠାଇନେଇଛି ।
ପ୍ରଥମ ଅଭିଯୁକ୍ତର ଗିରଫଦାରୀ ପରେ ନୟାଗଡ଼ଠାରେ ଗଣମାଧ୍ୟମ ପ୍ରତିନିଧିଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା କହିଛନ୍ତି ଯେ ଅଭିଯୁକ୍ତ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିବା ପରେ ତାକୁ ଗିରଫ କରାଯାଇଛି। ଥରେ ନୁହେଁ, ଗତ ୧୦ ଦିନ ମଧ୍ୟରେ ବହୁବାର ପଚରାଉଚରା ପରେ ଏସଆଇଟି ପକ୍ଷରୁ ଅଭିଯୁକ୍ତକୁ ଗିରଫ କରାଯାଇଛି। କେବଳ ସେତିକି ନୁହେଁ, ପୂର୍ବରୁ ଜିଲ୍ଲା ପୁଲିସ ପକ୍ଷରୁ ମଧ୍ୟ ତାକୁ ପୂର୍ବରୁ ଜିଲ୍ଲା ପୁଲିସ ପକ୍ଷରୁ ମଧ୍ୟ ତାକୁ ଜେରା କରାଯାଇଥିବା ଶ୍ରୀ ବୋଥ୍ରା ସ୍ପଷ୍ଟ କରିଛନ୍ତି।
ପ୍ରଥମ ଅଭିଯୁକ୍ତର ଗିରଫଦାରୀ ପରେ ନୟାଗଡ଼ଠାରେ ଗଣମାଧ୍ୟମ ପ୍ରତିନିଧିଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା କହିଛନ୍ତି ଯେ ଅଭିଯୁକ୍ତ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିବା ପରେ ତାକୁ ଗିରଫ କରାଯାଇଛି। ଥରେ ନୁହେଁ, ଗତ ୧୦ ଦିନ ମଧ୍ୟରେ ବହୁବାର ପଚରାଉଚରା ପରେ ଏସଆଇଟି ପକ୍ଷରୁ ଅଭିଯୁକ୍ତକୁ ଗିରଫ କରାଯାଇଛି। କେବଳ ସେତିକି ନୁହେଁ, ପୂର୍ବରୁ ଜିଲ୍ଲା ପୁଲିସ ପକ୍ଷରୁ ମଧ୍ୟ ତାକୁ ଜେରା କରାଯାଇଥିବା ଶ୍ରୀ ବୋଥ୍ରା ସ୍ପଷ୍ଟ କରିଛନ୍ତି।
ସେ ଆହୁରି କହିଛନ୍ତି ଯେ ଆମେ ତଦନ୍ତର ଦ୍ବିତୀୟ ପାହାଚରେ ରହିଛୁ। ପ୍ରଥମେ ଆମେ ଅନୁସନ୍ଧାନ କରିଥିଲୁ କାହିଁ ଘଟଣା ଘଟିଲା? ତା’ପଛର କାରଣ କ’ଣ ରହିଛି? ଆମେ ପ୍ରାଥମିକ ତଦନ୍ତ ପରେ ସ୍ପଷ୍ଟ ହେଲୁ ଯେ ଯୌନ ନିର‌୍ୟାତନା ଅପରାଧର ମୁଖ୍ୟ କାରଣ। ଯୌନ ନିର‌୍ୟାତନା ପରେ ହତ୍ୟା କରାଯାଇଛି। ତଦନ୍ତ ଖୁବ୍ କମ୍ ଦିନରେ ହୋଇଥିଲେ ମଧ୍ୟ ଏହାକୁ ନେଇ ଆମେ ସନ୍ତୁଷ୍ଟ ଅଛୁ। ଆଜି ପୋକସୋ କୋର୍ଟରେ ଅଭିଯୁକ୍ତକୁ ହାଜର କରିବୁ। ଏତିକିରେ ତଦନ୍ତ ସରି ନାହିଁ, ତଦନ୍ତ ପ୍ରକ୍ରିୟା ଜାରି ରହିଛି। ତାହା ଶେଷ ହେଲେ ଏସଆଇଟି ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯିବ।
ଅନ୍ୟପଟେ ଗିରଫ ହୋଇଥିବା ଅଭିଯୁକ୍ତର ମା’ ଓ ଭଉଣୀ ଏସ୍ ଆଇଟି ତଦନ୍ତ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି । କହିଛନ୍ତି ତାଙ୍କ ପୁଅକୁ ମିଛରେ ଫସାଇଦିଆ ଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031