Indus Valley Times

ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲ୍ଲାପାଳ ଓ ଏସପିଙ୍କୁ ସମନ

 Breaking News

ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲ୍ଲାପାଳ ଓ ଏସପିଙ୍କୁ ସମନ

December 04
21:05 2020

ଭୁବନେଶ୍ୱର,୪/୧୨: ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲ୍ଲାପାଳ ଓ ଏସ୍ପିଙ୍କୁ ସମନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଘଉଚଉଜ)। ଉଭୟଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସମନ ନେଇ ଘଉଚଉଜ ଅଧ୍ୟକ୍ଷ ପ୍ରିୟଙ୍କ କାନୁନଗୋଙ୍କ ଟ୍ୱିଟ୍ କରିଛନ୍ତି।
ଗତ ୩୦ ତାରିଖରେ ଏନସିପିସିଆର୍ ଅଧ୍ୟକ୍ଷ ପ୍ରିୟାଙ୍କ କାନୁନଗୋଙ୍କୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଥିଲେ। ଓଡ଼ିଶା ଟିଭି ଡଟ୍ ଇନ୍ ଓ ଓଟିଭି ଖବର ଆଧାରରେ ନିଜ ଆଡ଼ୁ ମାମଲା ରୁଜୁ କରି ଘଉଚଉଜ ନୋଟିସ୍ କରିଥିଲେ। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ ୧୦ ଦିନ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୀଡ଼ିତାର ବୟସ ପ୍ରମାଣପତ୍ର, ଏତଲା କପି, ଶବ ବ୍ୟବଚ୍ଛେଦ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଏନ୍ସିପିସିଆର।
୪ ମାସ ତଳେ ୫ ବର୍ଷର ଝିଅ ପରୀକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ମନ୍ତ୍ରୀ ଅରୁଣ ସାହୁ ଓ ତାଙ୍କ ସହଯୋଗୀ ବାବୁଲିର ହାତ ଥିବା ‘ପରୀ’ର ବାପା-ମାଆ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ‘ପରୀ’ର ବାପା-ମାଆଙ୍କୁ ନାନା ହଇରାଣ କରୁଥିଲା। ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରୁନଥିଲା। ପୁଲିସ ପ୍ରଶାସନଠାରୁ ନିରାଶ ହେବା ପରେ ‘ପରୀ’ର ବାପା-ମାଆ ଭୁବନେଶ୍ୱର ଚାଲି ଆସିଥିଲେ। ସେମାନେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଧମକ ଦେଇଥିଲେ। ତମ୍ୱି ତୋଫାନ୍ ପରେ ରାଜ୍ୟ ସରକାର ଏସ୍ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏବେ ଏହି ମାମଲାର ଏସ୍ଆଇଟି ତଦନ୍ତ ଚାଲିଛି।

  • ଓଡ଼ିଶା ରିପୋର୍ଟର

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031