Indus Valley Times

ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

 Breaking News

ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ଖୁସିର ଖବର, ୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ
August 01
10:31 2024

କେନ୍ଦ୍ରାପଡ଼ା,୧/୮ : ଦୀର୍ଘ ତିନି ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତର କନିକା ଜାତୀୟ ଉଦ୍ୟାନ। ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ କାରଣରୁ ଭିତରକନିକାକୁ ବନ୍ଦ ରଖାଯାଇଥିଲା।
ପର୍ଯ୍ୟଟକମାନଙ୍କୁ ନିଆରା ଅନୁଭୂତି ଦେବାପାଇଁ ଚଳିତବର୍ଷ ଡାଙ୍ଗମାଳ ଠାରେ ୧୫ ଫୁଟ ଉଚ୍ଚରେ ବନ ବିଭାଗ କରିଛି ସ୍କାଏ ୱକ୍ଷକ୍।
ଏହାର ଲମ୍ବ ୬୦୦ ମିଟର ରହିଛି। ଏହା ଉପର ଦେଇ ଯିବା ବେଳେ ପର୍ଯ୍ୟଟକମାନେ ପ୍ରାକୃତିକ ପରିବେଶକୁ ମନଭରି ଉପଭୋଗ କରିବା ସହ ଜାତିଜାତିକା ପକ୍ଷୀ, ହରିଣ ଓ ସରୀସୃପମାନଙ୍କୁ ଦେଖିବାକୁ ପାଇବେ।
ଏହା ବ୍ୟତୀତ ଭିତରକନିକାରେ ପ୍ରବାହିତ ନଦୀ ମଧ୍ୟରେ ରହଣି ପାଇଁ ମଧ୍ୟ ଚଳିତବର୍ଷ ୪ଟି କାଟା ମେରାଇନ ବୋଟର ସୁବିଧା ରହିଛି। ଫଳରେ ନଦୀ ଭିତରେ ସୌଖିନ ବୋଟରେ ପଞ୍ଚତାରକା ହୋଟେଲର ମଜା ନେଇପାରିବେ ପର୍ଯ୍ୟଟକ।
ଭିତରକନିକାକୁ ପ୍ରବେଶ ପାଇଁ ଦୁଇଟି ଜଳପଥ ଓ ଗୋଟିଏ ସ୍ଥଳ ପଥ ରହିଛି। ଜଳ ପଥ ପାଇଁ ବୋଟ୍ ଯୋଗେ ପର୍ଯ୍ୟଟକ ଆସିବା ପାଇଁ ସୁବିଧା ଥିବା ବେଳେ, ସ୍ଥଳପଥରେ ସିଧା ଡାଙ୍ଗମାଳ ଜାତୀୟ ଉଦ୍ୟାନ ପାଖରେ ପହଞ୍ଚିବା ପାଇଁ ସୁବିଧା ରହିଛି।
ବନ ବିଭାଗ ପର୍ଯ୍ୟଟକଙ୍କ ସୁବିଧା ଦୃଷ୍ଟିରୁ ପରିଚୟପତ୍ର ବାଧ୍ୟତାମୂଳକ କରିବା ସହ ପ୍ଲାଷ୍ଟିକ ଓ ପଲିଥିନକୁ ସମ୍ପୂର୍ଣ ନିଷେଧ କରିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930