Indus Valley Times

ପୁଣି ଆସୁଛି ପଶ୍ଚିମା ଝଡ଼,୨୬ ଯାଏ ଛେଚିବ

 Breaking News

ପୁଣି ଆସୁଛି ପଶ୍ଚିମା ଝଡ଼,୨୬ ଯାଏ ଛେଚିବ

ପୁଣି ଆସୁଛି ପଶ୍ଚିମା ଝଡ଼,୨୬ ଯାଏ ଛେଚିବ
March 23
17:48 2023

ଭୁବନେଶ୍ୱର,୨୩/୩: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୪ ତାରିଖ, ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏହି ୮ ଜିଲ୍ଲାକୁ ହଳଦିଆ ଚେତାବନୀ ବା ‘ୟେଲୋଓ୍ଵାର୍ଣ୍ଣିିଂ’ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031