Indus Valley Times

ପୁଣି ଡରାଇଲାଣି ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

 Breaking News

ପୁଣି ଡରାଇଲାଣି ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ପୁଣି ଡରାଇଲାଣି ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
August 23
11:06 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର, ୨୩/୮ : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ ୫ଟା ୩୦ ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି କ୍ଷ
ପ୍ରଭାବରେ ଆଗାମୀ ୨୪ତାରିଖ ଯାଏଁ ସମୁଦ୍ର ଅଶାନ୍ତ ସହ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ସମୁଦ୍ରକୁ ବାରଣ କରାଯାଇଛି।
ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ସାରା ରାଜ୍ୟରେ ବର୍ଷା ସହ ବଜ୍ରପାତ ଓ ଝଡ଼ି ପବନ ୩୦-୪୦କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଆଗାମୀ ଅଗଷ୍ଟ ୨୪ ଓ ୨୫ ବେଳକୁ ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି, ଯାହାକି ୨୬ରୁ ୨୭ ତାରିଖ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେବ ।
ଏହି ସିଷ୍ଟମ୍‌ଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର କେନ୍ଦ୍ରୀୟ ଓଡ଼ିଶା ଦେଇ ଛତିଶଗଡ଼ ଆଡ଼କୁ ଅଗ୍ରସର ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି । ଅଗଷ୍ଟ ୨୫ରୁ ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ତେବେ ଆଗକୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ତଳିଆ ଏବଂ ବନ୍ୟାପ୍ରବଣ ଅଞ୍ଚଳର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031