Indus Valley Times

ପୁଣି ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ, ୨୪ ହଜାର ଟପିଲା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା

 Breaking News

ପୁଣି ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ, ୨୪ ହଜାର ଟପିଲା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା

ପୁଣି ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ, ୨୪ ହଜାର ଟପିଲା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା
July 25
12:16 2020

ଭୁବନେଶ୍ବର,୨୫/୬: ଶନିବାର ଦିନ ରାଜ୍ୟରେ ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୧୩କୁ ବୃଦ୍ଧି ପାଇଛି।
ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୩୩ ଚିହ୍ନଟ ହୋଇଛନ୍ତି ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗଞ୍ଜାମରୁ ସର୍ବାଧିକ ୫୬୦ ଓ ଖୋର୍ଦ୍ଧାରୁ ୧୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଓ ଗଜପତି ଜିଲ୍ଲାରୁ ୯୦ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ରାୟଗଡ଼ାରୁ ୬୫, କଟକ ଓ ସୁନ୍ଦରଗଡ଼ରୁ ୪୭ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଠିକ୍ ସେହିପରି କନ୍ଧମାଳରୁ ୩୯, ନୟାଗଡ଼ରୁ ୩୮, କୋରାପୁଟରୁ ୩୦, ଭଦ୍ରକରୁ ୨୮, କେନ୍ଦୁଝରରୁ ୨୪, ବାଲେଶ୍ବର ଓ ଯାଜପୁରରୁ ୨୩ ଲେଖାଏଁ , ବରଗଡ଼ରୁ ୧୪, ବଲାଙ୍ଗୀରରୁ ୯, ଅନୁଗୁଳରୁ ୬ ଜଣ, ଜଗତସିଂହପୁରରୁ ୩, ଝାରସୁଗୁଡ଼ାରୁ ୨, ଦେବଗଡ଼, ସୁବର୍ଣ୍ଣପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଏବଂ ନୂଆପଡ଼ାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031