Indus Valley Times

ପୁରୀ ଗସ୍ତ କଲେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ

 Breaking News

ପୁରୀ ଗସ୍ତ କଲେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ

October 17
21:17 2020

ପୁରୀ,୧୭/୧୦: ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତ କରିଛନ୍ତି । ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ପହଞ୍ଚି ଅରୁଣସ୍ତମ୍ଭ ନିକଟରୁ ପତିତପାବନ ଦର୍ଶନ କରି ଆଶୀର୍ବାଦ ନେଇଥିଲେ ନବୀନ । ତାପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଏହାପରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଥିଲେ । ଭୁବନେଶ୍ବର ଫେରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଥିଲେ ଯେ ମୁଁ ଶ୍ରୀଜଗନ୍ନାଥ ମନ୍ଦିର ବାହାରେ ହୋଇଥିବା କାର୍ଯ୍ୟ ତଦାରଖ କରିବାକୁ ଆଜି ପୁରୀ ଆସିଛି। ଏହାପରେ ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ କ୍ରିଷନ୍ କୁମାର ଗଣମାଧ୍ୟମକୁ ଶ୍ରୀମନ୍ଦିରର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର‌୍ୟ୍ୟକରଣ ନେଇ ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ହୋଇଥିବା ପ୍ରକାଶ କରିଥିଲେ। ଏଥିସହ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ସବୁ କାର‌୍ୟ୍ୟ ସମାପିତ ହେବ। ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ୫-ଟି ସଚିବ ଭି.କେ. ପାଣ୍ଡିୟାନ୍, ପୁରୀ ଜିଲ୍ଲାପାଳ, ଏସପି ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031