Legatus

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ

 Breaking News

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ
May 31
18:42 2024

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ଏବେ ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930