Indus Valley Times

ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକ

 Breaking News

ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକ
October 03
11:03 2022

ପଦ୍ମପୁର, ୩/୧୦: ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁରର ବିଜେଡି ବିଧାୟକ ବିଜୟରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।
ପୂର୍ବତନ ମନ୍ତ୍ରୀ ତଥା ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହା ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିଛିଦିନ ତଳେ ଅଚାନକ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଭୁବନେଶ୍ବରରେ ଉକ୍ତ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା।
ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହେଉଥିବାରୁ ଉତ୍ତମ ଚିକିତ୍ସା ନିମନ୍ତେ ଅନ୍ୟ କୌଣସି ବଡ଼ ଡାକ୍ତରଖାନାକୁ ନେବା ପାଇଁ ଚିନ୍ତା କରାଯାଉଥିବା ବେଳେ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ତାଙ୍କର ଦେହାନ୍ତ ହୋଇଥିଲା। ତାଙ୍କ ବିୟୋଗରେ ପଦ୍ମପୁରରେ ଶୋକର ଛାୟା ଖେଳିଯାଇଛି।
ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟରେ ଏହି ଆସନରୁ ବିଧାନସଭାକୁ ପ୍ରଥମ ଥର ନିର୍ବାଚିତ ହୋଇଥିଲେ। ଏହା ପରେ ସେ ୨୦୦୦ ଏବଂ ୨୦୦୯ରେ ବିଜେଡି ପ୍ରାର୍ଥୀ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
୨୦୦୯ରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ତେବେ ୨୦୧୪ ବିଧାନସଭା ନିର୍ବାଚନରେ ତାଙ୍କୁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାଜୟ ବରଣ କରିବାକୁ ପଡ଼ିଥିଲା। ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ପଦ୍ମପୁର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031