Indus Valley Times

ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ

 Breaking News

ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ପରଲୋକ

January 11
09:24 2022

ଭୁବନେଶ୍ୱର/ନୂଆପଡ଼ା,୧୧/୧: ଓଡିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କର ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରରେ ପରଲୋକ ହୋଇଯାଇଛି। ଏନେଇ ତାଙ୍କ ପୁଅ କୃଷ୍ଣସିଂହ ମାଝୀ ସୂଚନା ଦେଇଛନ୍ତି ।
ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଗତ ରାତିରେ ଶୋଇଥିବା ସମୟରେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ରାତି ପ୍ରାୟ ୩ଟାରେ ତାଙ୍କ ପରଲୋକ ହୋଇଛି। ସେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ୪ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିବା ବେଳେ ଥରେ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଥିଲେ।
ସ୍ୱର୍ଗତ ମାଝୀଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ତାଙ୍କ ମୃତଦେହ ଆଜି ଜନ୍ମମାଟିକୁ ନିଆଯିବା ପରେ ଆସନ୍ତାକାଲି ଶେଷକୃତ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031