Indus Valley Times

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ପରଲୋକ

 Breaking News

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ପରଲୋକ

February 25
20:38 2022

ଭୁବନେଶ୍ବର,୨୫/୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ପରଲୋକ ହୋଇଛି । ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ନେଇ ତାଙ୍କ ଝିଅ ସୁନୀତା ଶୁକ୍ରବାର ଦିନ ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ଦୁଇ ଥର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ ହେମାନନ୍ଦ।
ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଜନ୍ମ ଏବର ଝାରସୁଗୁଡ଼ା ଜିଲ୍ଲାର ବଣଜଙ୍ଗଲ ଘେରା ଠାକୁରପଡ଼ାରେ ଡିସେମ୍ବର ୧ ୧୯୩୯ରେ ହୋଇଥିଲା । ୭ ଡିସେମ୍ବର ୧୯୮୯ରୁ ୫ ମାର୍ଚ୍ଚ ୧୯୯୦ ଏବଂ ୬ ଡିସେମ୍ବର ୧୯୯୯ରୁ ୫ ମାର୍ଚ୍ଚ ୨୦୦୦ ପର‌୍ୟ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ୨୦୦୯ରେ ସୁନ୍ଦରଗଡ଼ର ଲୋକସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ସେ ଓଡ଼ିଶାର ପ୍ରଥମ ଅନୁସୂଚିତ ଜନଜାତି ବର୍ଗର ମୁଖ୍ୟମନ୍ତ୍ରୀ ଥିଲେ ।
ତାଙ୍କ ବାପା ବାସୁଦେବ ବିଶ୍ବାଳ ଦୀର୍ଘବର୍ଷ ପର‌୍ୟ୍ୟନ୍ତ ସରପଞ୍ଚ ଥିଲେ । ଉର୍ମିଳା ବିଶ୍ବାଳଙ୍କୁ ବିବାହ କରିଥିଲେ। ତାଙ୍କର ୫ ଝିଅ ଅଛନ୍ତି। ୧୯୭୪ରୁ ୧୯୭୭ ଓ ୧୯୮୦ରୁ ୨୦୦୪ ପର‌୍ୟ୍ୟନ୍ତ ୬ ଥର ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୮୫ରୁ ୧୯୮୬ ପର‌୍ୟ୍ୟନ୍ତ ସେ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗର ମନ୍ତ୍ରୀ ଥିଲେ । ହେମାନନ୍ଦ ପିଲାଦିନରୁ ସେ ଯେମିତି ସାହାସୀ ଥିଲେ, ସେମିତି ପାଠ ମଧ୍ୟ ପଢ଼ୁଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031