ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଏସସିବି ମେଡିକାଲରେ ଜଣେ ମୃତ୍ୟୁ
October 08
12:23
2020
କଟକ,୮/୧୦ : ବୁଧବାର ଦିନ ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲ୍ଲା ଆସିକାରେ ଥିବା ରଘୁନାଥନଗରପଲ୍ଲୀ ଅଞ୍ଚଳର ସତ୍ୟ ନାୟକ (୩୭)। ବୁଧବାର ଦିନ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସିବି ମେଡିକାଳାରେ ଭର୍ତ୍ତିକରାଯାଇଥିଲା । ଏନେଇ ଏସସିବି ମେଡକାଲ ପକ୍ଷରୁ ସୂଚନା ଦିଆଯାଇଛି। ସତ୍ୟଙ୍କ ଶରୀରର ୬୦ ପ୍ରତିଶତ ପୋଡ଼ି ଯାଇଥିଲା ବେଳେ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହାଛଡ଼ା ଉତ୍ତର ପ୍ରଦେଶ ଲକ୍ଷ୍ନୌର ରିପୁ ଦାମନ(୩୨)ଙ୍କୁ ଟ୍ରମା ଆଇସିୟୁରେ ରଖାଯାଇଥିବା ସୂଚନା ଦିଆଯାଇଛି।
ପେଟ୍ରୋଲ ପମ୍ପରେ ବିସ୍ଫୋରଣ ର ଦୃଶ୍ୟ ଏତେ ଭୟଙ୍କର ଥିଲା ଯେ ଦେଖେଣାହାରୀଙ୍କ ଛାତି ଥରିଯାଇଥିଲା । ବିସ୍ପୋରଣ ପରେ ସେହିଯାଗାରୁ
ଲୋକଙ୍କ ଶରୀରର ମାଂସ ଖଣ୍ଡ ଛିଟିକି ପଡ଼ିଥିଲା। କାହା ହାତରୁ ରକ୍ତ ଝରୁଥିଲା ତ ଆଉ କିଏ ଗୁରୁତର ଅବସ୍ଥାରେ ଥିଲେ। ପେଟ୍ରୋଲ ପମ୍ପରେ ଥିବା ଏଲ୍ପିଜି ଟାଙ୍କି ବିସ୍ଫୋରଣରୁ ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା।