Indus Valley Times

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

 Breaking News

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ
June 12
13:43 2024

କଟକ,୧୨/୬: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ନିୟମିତ ଜାମିନ। ବୁଧବାର ହାଇକୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିବା ବେଳେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ ବୋଲି କହିଛନ୍ତି।
ତେବେ ପୋଲିଂ ବୁଥ୍ରେ ଭଙ୍ଗାରୁଜା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା। ନିକଟରେ ପ୍ରଶାନ୍ତଙ୍କୁ ୩ ଦିନର ଅନ୍ତରୀଣ ଜାମିନ ମିଳିଥିଲା।
ସୂଚନାଯୋଗ୍ୟ, ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ୧୧୪ ନଂ. ବୁଥ୍ରେ ଇଭିଏମ ଭାଙ୍ଗିବା ଅଭିଯୋଗରେ ପ୍ରଶାନ୍ତଙ୍କୁ ପୋଲିସ ଗିରଫ କରି ଖୋର୍ଦ୍ଧା ଜେଲକୁ ପଠାଇଥିଲା।
୨୮ତାରିଖ ରାତିରେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତେଣୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବାକୁ ସେ କୋର୍ଟରେ ଆବେଦନ କରିଥିଲେ।
କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଟିମ ଜେଲ ପରିସରରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ତାଙ୍କର ଅଧିକ ଚିକିତ୍ସା ପାଇଁ ୨୯ତାରିଖ ଭୋର ୪ଟାରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ କଡ଼ା ସୁରକ୍ଷା ବଳୟ ଭିତରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ପରୀକ୍ଷା ପରେ ତାଙ୍କ ଶରୀରରେ ମଧୁମେହର ପରିମାଣ ଅଧିକ ରହିଥିବା ଜଣାପଡ଼ିଥିଲା। ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ସେ ଆବେଦନ କରିଥିଲେ।
ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା ପାଇଁ ବରିଷ୍ଠ ଓକିଲ ପ୍ରଭାତ ଦାସ କୋର୍ଟରେ ଜାମିନ ଆବେଦନ କରିଥିଲେ। ସରକାରୀ ଓକିଲ ଏବଂ ଜଗଦ୍ଦେବଙ୍କ ଓକିଲଙ୍କ ପକ୍ଷ ଶୁଣିବା ପରେ କୋର୍ଟ ତାଙ୍କୁ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30