Indus Valley Times

ପ୍ଲାଷ୍ଟିକ ବୋତଲ ବଦଳରେ କାଚ ବୋତଲରେ ମିଳିବ ପେଟ୍ରୋଲ: ଯୋଗାଣ ମନ୍ତ୍ରୀ

 Breaking News

ପ୍ଲାଷ୍ଟିକ ବୋତଲ ବଦଳରେ କାଚ ବୋତଲରେ ମିଳିବ ପେଟ୍ରୋଲ: ଯୋଗାଣ ମନ୍ତ୍ରୀ

ପ୍ଲାଷ୍ଟିକ ବୋତଲ ବଦଳରେ କାଚ ବୋତଲରେ ମିଳିବ ପେଟ୍ରୋଲ: ଯୋଗାଣ ମନ୍ତ୍ରୀ
July 21
19:27 2025

ଭୁବନେଶ୍ୱର,୨୧/୭: ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର‌୍ୟ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର‌୍ୟ୍ୟାନୁଷ୍ଠାନ ହେବ। ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ। କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି। କାଲିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର। ଖୋଲା ପାତ୍ରରେ ପେଟ୍ରୋଲ ଦେବା ଯୋଗୁଁ ଅଗ୍ନିକାଣ୍ଡ ଓ ଅନ୍ୟାନ୍ୟ ଅଘଟଣ ଘଟୁଥିବା କାରଣରୁ ଏହି ପଦକ୍ଷେପ ନିଆଯାଇଛି।
ବାଲେଶ୍ୱର ଓ ବଳଙ୍ଗାରେ ଘଟିଥିବା ଅଘଟଣ ସମ୍ପର୍କରେ ସୂଚନା ଅନୁଯାୟୀ, ଖୋଲା ପାତ୍ରରେ ପେଟ୍ରୋଲ ନେବା ସମୟରେ ଅସାବଧାନତା ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା, ଯାହା ଜନମାନସରେ ଆତଙ୍କ ସୃଷ୍ଟି କରିଥିଲା। ଏହି ଘଟଣାଗୁଡ଼ିକ ପେଟ୍ରୋଲ ପମ୍ପ କର୍ମଚାରୀ ଓ ଗ୍ରାହକଙ୍କ ସୁରକ୍ଷା ପ୍ରତି ପ୍ରଶ୍ନ ଉଠାଇଥିଲା। ତେଣୁ, ଏହାକୁ ରୋକିବା ପାଇଁ ଆସୋସିଏଶନ ଏହି କଡ଼ା ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବୋଲି ଗତକାଲି ଓଡ଼ିଶା ପେଟ୍ରୋଲିୟମ ଡିଲରସ ଆସୋସିଏଶନର ରାଜ୍ୟ ସଭାପତି ଶଶାଙ୍କ ଶେଖର ସାହୁ କହିଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31