Indus Valley Times

ଫେବ୍ରୁଆରି ୮ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

 Breaking News

ଫେବ୍ରୁଆରି ୮ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଫେବ୍ରୁଆରି ୮ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
February 02
18:17 2025

ଭୁୁବନେଶ୍ୱର, ୨/୨: ଫେବୃଆରୀ ୮ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାଜପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ବଣ୍ଟନ କରାଯିବ ।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ପୂର୍ବରୁ ହିତାଧିକାରୀ ଫେବୃଆରୀ ୩ ଓ ୪ ତାରିଖରେ ବ୍ୟାଙ୍କରେ ଏନପିସିଆଇ ଚେକ୍ କରି ପାରିବେ । ଛୋଟ ଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ।
ଚତୁର୍ଥ ପର୍ଯ୍ୟାୟରେ ଏକ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା । ଫେବୃଆରୀରେ ଯଦି ଚତୁର୍ଥ ପର୍ଯ୍ୟାୟ କିସ୍ତିରୁ ବଞ୍ଚିତ ହୁଅନ୍ତି ତେବେ ଯାଞ୍ଚ କରିବା ପାଇଁ ମାସେ ସମୟ ରହିଛି । ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚ କରି ତଥ୍ୟ ଦାଖଲ କଲେ ଟଙ୍କା ପାଇ ପାରିବେ ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଡିସେମ୍ବର ୨୫ରେ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଘୋଷଣା କରାଯାଇଥିଲା । ତେବେ ହିତାଧିକାରୀଙ୍କ ବ୍ୟାଙ୍କ ସଂପର୍କିତ ସମସ୍ୟା ରହିବା ଏବଂ ଯୋଗ୍ୟ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟା ପାଇଁ ଏହି ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା ।
ଏହା ପୂର୍ବରୁ ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିଥିଲା । ସୁନ୍ଦରଗଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ପାଇଁ ସୁଭଦ୍ରା ଟଙ୍କା ଜାରି କରିଥିଲେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୦ ଜଣ ମହିଳାଙ୍କୁ ଡମି ଚେକ୍ ପ୍ରଦାନ କରିଥିଲେ ।
ସେହିପରି ଆସନ୍ତା ମାର୍ଚ୍ଚରେ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ । ଫେବୃଆରୀ ୮ ତାରିଖ ସୁଦ୍ଧା ଓଡିଶାର ଏକ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଟଙ୍କା ମିଳିଯିବ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031