Indus Valley Times

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତୀୟ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

 Breaking News

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତୀୟ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତୀୟ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
September 10
17:39 2024

ଭୁବନେଶ୍ୱର,୧୦/୯: ମଙ୍ଗଳବାର ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସ ଆର ସି ତଥା ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମୁଦ୍ର କୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନ ରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି ।
ଅନେକ ଜାଗା ରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି।ଓଡରାଫ୍, ଏନ ଡି ଆର ଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକ ଙ୍କ ଅସୁବିଧା କୁ ତତ୍ପରତା ର ସହ ଦୂର କରିବା ପାଇଁ ସେ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30