Indus Valley Times

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ

 Breaking News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ
May 27
16:31 2025

ଭୁବନେଶ୍ୱର, ୨୭/୫ : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।
ଲଘୁଚାପ କ୍ଷେତ୍ର ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ରାଜ୍ୟର ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ଭଦ୍ରକ, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡ଼ା, ନୂଆପଡ଼ା, ସମ୍ବଲପୁର ଏହିସବୁ ଜିଲ୍ଲାରେ ଆଗାମୀ ତିନି ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସହ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଲଘୁଚାପ ଜନିତ ବର୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର (ଝଜଉ) ପକ୍ଷରୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଅରେଞ୍ଜ ଓ ୟେଲୋ ଆଲର୍ଟ ଦିଆଯାଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ କୁହାଯାଇଛି ।
ଏହାସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ରହିଛି । ଯଦି ବର୍ଷା, ବିଜୁଳି, ଘଡ଼ଘଡ଼ି କିମ୍ବା କୁଆପଥର ମାଡ଼ ଯୋଗୁ କ୍ଷୟକ୍ଷତି ଘଟିଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ରାଜ୍ୟରେ ବର୍ଷା ଫଳରେ ତାପମାତ୍ରା ହ୍ରାସ ପାଇଛି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031