Indus Valley Times

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

 Breaking News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
August 13
16:24 2022

ଭୁବନେଶ୍ବର, ୧୩/୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନିଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ।
ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ସାମିଲ ରହିଛି।
ଏହି ସବୁ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ରାଜ୍ୟର ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟରେ ଥିବା ଜିଲ୍ଲାଗୁଡ଼ି ହେଲା ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ବରଗଡ଼। ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଅଲର୍ଟ ଜାରି କରାଯାଇଛି।
ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଦେବଗଡ ଏବଂ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ଉପକୂଳରେ ପ୍ରବଳ ବର୍ଷା ସହ ଝଡ ପବନ ସମ୍ଭାବନା। ଘଣ୍ଟା ପ୍ରତି ୪୫ ରୁ ୫୫ ଏବଂ ଝଟକା ପବନ ୬୫ କିଲୋମିଟର ପର‌୍ୟ୍ୟନ୍ତ ବହିବ। ସମୁଦ୍ର ଅଶାନ୍ତ ରହିବା ସହ ୪ରୁ ୬ ମିଟର ଉଚ୍ଚ ଜୁଆର ଆସିବ।
ସେଥିପାଇଁ ୧୫ ତାରିଖ ପର‌୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ଉପର ମହାନଦୀ, ତଳ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031