Indus Valley Times

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

 Breaking News

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର
March 21
16:58 2024

ଭୁବନେଶ୍ୱର, ୨୧/୩ : ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟ ଗୁରୁତର ରହିଛି ।ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବାର ସମ୍ବିତ ସୂଚନା ଦେଇଛନ୍ତି ।

ହୃଦଘାତ ପରେ ଦାମୋଦର ଗୁରୁତର ହୋଇପଡିଛନ୍ତି ବୋଲି ପୁଅ କହିଛନ୍ତି । ସମ୍ବିତ କହିଛନ୍ତି ଯେ ହୃଦଘାତ ଆସିବା ପରେ ବ୍ରେନଡେଡ଼ ହୋଇପଡିଛି ।ଉଲ୍ଲେଖ ଥାଉ କି ତିନିମାସ ତଳେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ମଧ୍ୟ ଅସୁସ୍ଥ ହୋଇପଡିଥିଲେ ।ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ ।ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି ।
ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ । କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରିଥିଲେ ଦାମ । ଗତ କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ବହିଷ୍କାର ପ୍ରତ୍ୟାହାର କରି ପୁଣିଥରେ ବିଜେଡିକୁ ଫେରାଇ ଆଣିଥିଲେ ନବୀନ ପଟ୍ଟନାୟକ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031