Indus Valley Times

ବଲାଙ୍ଗିରରେ ଡବଲ ଇଞ୍ଜିନ ନୁହେଁ ଟ୍ରିପଲ ଇଞ୍ଜିନ ସରକାର ଚାଲିଛି, ଜିଲ୍ଲାର ବିକାଶର ବେଗ ବି ୩ ଗୁଣ

 Breaking News

ବଲାଙ୍ଗିରରେ ଡବଲ ଇଞ୍ଜିନ ନୁହେଁ ଟ୍ରିପଲ ଇଞ୍ଜିନ ସରକାର ଚାଲିଛି, ଜିଲ୍ଲାର ବିକାଶର ବେଗ ବି ୩ ଗୁଣ

ବଲାଙ୍ଗିରରେ ଡବଲ ଇଞ୍ଜିନ ନୁହେଁ ଟ୍ରିପଲ ଇଞ୍ଜିନ ସରକାର ଚାଲିଛି, ଜିଲ୍ଲାର ବିକାଶର ବେଗ ବି ୩ ଗୁଣ
June 17
18:02 2025

ବଲାଙ୍ଗୀର, ୧୭/୬ : ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ । ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହୋଇାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଚାଷୀଙ୍କ ମନୋବଳ ବଢ଼ାଇଛନ୍ତି ।
ରାଜ୍ୟରେ କୃଷକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ । ନିର୍ବାଚନ ସମୟରେ ଏକ ମୁଖ୍ୟ ପ୍ରତିଶ୍ରୁତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ କରିବା। ଆଉ ଆଜି ସେହି ଲକ୍ଷ୍ୟ ପୂରଣ କରିଛୁ ବୋଲି ଦୃଢ଼ତାର ସହିତ କହିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟ ଆୟୋଜିତ ସଭାକୁ ସମ୍ବୋଧନ କରି କହିଛନ୍ତି, ଆମ ଦେଶ ତା’ର ଅନନ୍ୟ କୃଷି ପ୍ରଣାଳୀ ପାଇଁ ସାରା ବିଶ୍ଵରେ ପ୍ରଶଂସିତ ।
ଆମ ରାଜ୍ୟର ପ୍ରାୟ ୬୦ ପ୍ରତିଶତରୁ ଅଧିକ ଲୋକ କୃଷି ଏବଂ ଆନୁଷଙ୍ଗିକ କୃଷି କାର୍ଯ୍ୟ ଉପରେ ନିର୍ଭରଶୀଳ । ମେ ମାସ ସୁଦ୍ଧା ୭୮ ହଜାର ୬୮୧ କୃଷି ଯନ୍ତ୍ରପାତି ଯୋଗାଣ କରାଯାଇ ସେ ବାବଦକୁ ଡ଼ିବିଟି ମାଧ୍ୟମରେ ୪୫୯.୬୮ କୋଟି ଟଙ୍କାର ରିହାତି ପ୍ରଦାନ କରାଯାଇଛି କ୍ଷ
ସମସ୍ତଙ୍କୁ କୃଷି କ୍ଷେତ୍ରରେ ନିଜ ନିଜର ଅବଦାନ ଦେଇ କୃଷିକୁ ଦେଶର ମୁଖ୍ୟ ଆଧାର କରିବାକୁ ପ୍ରଧାନମନ୍ତ୍ରୀ ଆହ୍ଵାନ ଦେଇଛନ୍ତି । ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ । ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ ।
ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ବିଭିନ୍ନ ଚାଷୀ କଲ୍ୟାଣକାରୀ ପଦକ୍ଷେପଗୁଡ଼ିକ କେବଳ କୃଷକଙ୍କର ଆୟବୃଦ୍ଧି କରିନାହିଁ ବରଂ ରାଜ୍ୟରେ କୃଷି ବିକାଶରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି ଏବଂ ସରକାର ଏହି କ୍ଷେତ୍ରର ଏକ ସ୍ଥାୟୀ ବିକାଶ ପାଇଁ ପ୍ରୟାସ ଜାରି ରଖିଛନ୍ତି ।
ଏହା ସହିତ ମୁଖ୍ୟମନ୍ତ୍ରୀ ରାଜ୍ୟରେ କାର‌୍ୟ୍ୟକାରୀ ହେଉଥିବା କୃଷି ସମ୍ବନ୍ଧୀୟ କାର୍ଯ୍ୟପ୍ରଣାଳୀର ବିବରଣୀ ପ୍ରଦାନ କରିଥିଲେ ।
କୃଷକ ଭାଇଭଉଣୀମାନଙ୍କ ସଶକ୍ତିକରଣକୁ ଆମ ସରକାର ସର୍ବାଧିକ ଗୁରୁତ୍ୱ ଦେଇଛି ଏବଂ ଏକ ବର୍ଷ ଭିତରେ ସଫଳତା ମଧ୍ୟ ପାଇଛି । ନିର୍ବାଚନ ସମୟରେ ଏକ ମୁଖ୍ୟ ପ୍ରତିଶ୍ରୁତି ଥିଲା ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ଭାଇ ଭଉଣୀମାନଙ୍କୁ ସେମାନଙ୍କ କଠୋର ପରିଶ୍ରମର ପ୍ରକୃତ ମୂଲ୍ୟ ପ୍ରଦାନ କରିବା । ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ ଏବଂ ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ସହିତ ସ୍ଥାନୀୟ ବିଧାୟକଗଣ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031