Indus Valley Times

ବଲାଙ୍ଗୀର ଛାତ୍ର ତାରାଚାନଙ୍କ ସ୍ୱପ୍ନ ସାକାର, ଇଞ୍ଜିନିୟରିଂ ନାମ ଲେଖା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

 Breaking News

ବଲାଙ୍ଗୀର ଛାତ୍ର ତାରାଚାନଙ୍କ ସ୍ୱପ୍ନ ସାକାର, ଇଞ୍ଜିନିୟରିଂ ନାମ ଲେଖା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଛାତ୍ର ତାରାଚାନଙ୍କ ସ୍ୱପ୍ନ ସାକାର, ଇଞ୍ଜିନିୟରିଂ ନାମ ଲେଖା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
November 26
18:33 2021

ଭୁବନେଶ୍ୱର,୨୬/୧୧ : ବଲାଙ୍ଗୀର ବଙ୍ଗମୁଣ୍ଡା ତହସିଲର ପ୍ରତିଭାବାନ ଛାତ୍ର ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ୱପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥାଭାବରୁ ତାଙ୍କର ନାଲେଖା ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି।
ସୂଚନାଯୋଗ୍ୟ, ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡପଡା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍ ରଣା। ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା। ତଥାପି ନିଜର ସ୍ବପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ ଏବଂ ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା ଜେଇ ମେନରେ ୯୯.୩୫ ପ୍ରତିଶତ ମାର୍କ ରଖି ଏନଆଇଟି ୱାରଙ୍ଗଲରେ ପଢିବା ପାଇଁ କୃତକାର୍ଯ୍ୟ ହୋଇଛନ୍ତି।
କିନ୍ତୁ ଏଥିରେ ଅର୍ଥ ହୋଇଥିଲା ତାଙ୍କ ପାଇଁ ମୁଖ୍ୟ ବାଧକ । ତାଙ୍କର ନାମଲେଖା ପାଇଁ ଆବଶ୍ୟକ ଅର୍ଥ ନଥିଲା। କଷ୍ଟେମଷ୍ଟେ ସେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି ଆଡମିସନ ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି । ତାଙ୍କର ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ।
ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ନାମଲେଖା ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଥିଲେ। ଏହାଦ୍ୱାରା ତାଙ୍କର ଆଡମିସନ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇପାରିବ। ଟଙ୍କା ମଞ୍ଜୁର କରିବା ସହିତ ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାବାନ ଛାତ୍ରଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031