Indus Valley Times

ବଲାସିଙ୍ଗା ରିଜର୍ଭ ପୋଲିସ ପଡିଆଠାରେ ଜିଲ୍ଲା ପୋଲିସ ପକ୍ଷରୁ ବଡ଼ା ଖାନା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ

 Breaking News

ବଲାସିଙ୍ଗା ରିଜର୍ଭ ପୋଲିସ ପଡିଆଠାରେ ଜିଲ୍ଲା ପୋଲିସ ପକ୍ଷରୁ ବଡ଼ା ଖାନା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ

April 04
16:55 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୪/୪ : ଶୁକ୍ରବାର ରାତି ୯ ଘଣ୍ଟା ସମୟରେ ବଲାସିଙ୍ଗା ରିଜର୍ଭ ପୋଲିସ ପଡିଆ ଠାରେ ଜିଲ୍ଲା ପୋଲିସ ପକ୍ଷରୁ ବଡ଼ା ଖାନା ଅନୁଷ୍ଠିତ ହୋଇ ଯାଇଛି ।
ଉକ୍ତ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନ୍ତର୍ଗତ ମେଲୋଡି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
ଉକ୍ତ କାର୍ଯ୍ୟକ୍ରମକୁ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ବୁଦ୍ଧଦେବଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ ।
ଉକ୍ତ ବଡ଼ା ଖାନା କାର୍ଯ୍ୟକ୍ରମରେ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ସମେତ ଜିଲ୍ଲା ପୋଲିସର ସମସ୍ତ ଅଧିକାରୀ, ଆଇନଜୀବୀ ଓ ଗଣ ମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ରହି ଅଂଶ ଗ୍ରହଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031