Indus Valley Times

ବାଇକ୍ –ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ଜଣେ ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଗୁରୁତର

 Breaking News

ବାଇକ୍ –ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ଜଣେ ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଗୁରୁତର

ବାଇକ୍ –ଟ୍ରାକ୍ଟର ମୁହାଁମୁହିଁ ଧକ୍କା: ଜଣେ ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଗୁରୁତର
November 19
12:39 2021

ବିନିକା,୧୯/୧୧: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଅନ୍ତର୍ଦା ଗାଁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟରଟି ଏକ ବାଇକକୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।
ମୃତ ବ୍ୟକ୍ତି ଜଣଙ୍କ ହେଲେ ଶିବା ସୁନା। ଆହତ ଗୁରୁଦେବ ସୁନା ଓ ପୂର୍ଣଚନ୍ଦ୍ର ସୁନାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ସମସ୍ତଙ୍କ ଘର ଅନ୍ତର୍ଦା ଗାଁରେ ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାରସକାଳେ ଶିବା, ଗୁରୁଦେବ ଓ ପୂର୍ଣ୍ଣଚନ୍ଦ୍ର ଏକ ବାଇକ୍ରେ ଯାଉଥିବା ବେଳେ ଅନ୍ତର୍ଦା ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟର ସେମାନଙ୍କୁ ଧକ୍କା ଦେଇଥିଲା।
ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ଶିବାକୁ ମୃତ ଘୋଷଣା କରିଥିଲେ। ଗୁରୁଦେବ ଓ ପୂର୍ଣ୍ଣଚନ୍ଦ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।
ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟର ଓ ବାଇକ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031