Indus Valley Times

ବାତ୍ୟା ପ୍ରଭାବରେ ୫ରୁ ପ୍ରବଳ ବର୍ଷିବ: ଫସଲ ନଷ୍ଟ ଆଶଙ୍କା, ଚିନ୍ତାରେ ଚାଷୀ

 Breaking News

ବାତ୍ୟା ପ୍ରଭାବରେ ୫ରୁ ପ୍ରବଳ ବର୍ଷିବ: ଫସଲ ନଷ୍ଟ ଆଶଙ୍କା, ଚିନ୍ତାରେ ଚାଷୀ

ବାତ୍ୟା ପ୍ରଭାବରେ ୫ରୁ ପ୍ରବଳ ବର୍ଷିବ: ଫସଲ ନଷ୍ଟ ଆଶଙ୍କା, ଚିନ୍ତାରେ ଚାଷୀ
December 02
11:17 2023

ଭୁବନେଶ୍ୱର,୨/୧୨ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଘନୀଭୂତ ହୋଇ ଆଜି ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ପୁଡୁଚେରୀ ଠାରୁ ୫୦୦କିମି, ଚେନ୍ନାଇ ଠାରୁ ୫୧୦ କିମି ଦୂରରେ ଅବସ୍ଥିତ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟାଟି ୪ ତାରିଖରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ନିକଟତର ହେବ। ୫ ତାରିଖରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଦେଇ ଅତିକ୍ରମ କରିବ। ଏହା ଅତିକ୍ରମ କରିବା ବେଳେ ପବନର ବେଗ ସର୍ବାଧିକ ୧୦୦ କିମି ରହିବ।
ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ। ଏହା ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବିସ୍ତୃତି ବଢ଼ିବ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ୪ ତାରିଖ ସନ୍ଧ୍ୟାରୁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031