Indus Valley Times

ବାଲିଗୁଡ଼ା : ଗଟାଙ୍ଗି ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

 Breaking News

ବାଲିଗୁଡ଼ା : ଗଟାଙ୍ଗି ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ବାଲିଗୁଡ଼ା : ଗଟାଙ୍ଗି ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ
January 18
10:32 2026

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା/ଓଡ଼ିଶା, ୧୮/୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ମାଓପ୍ରବଣ ଅଞ୍ଚଳର ଉପାନ୍ତ ଗାଁ ଗଟାଙ୍ଗି ରେ ଥିବା ସରକାରୀ ଆଶ୍ରମ ବିଦ୍ୟାଳୟରେ ଆନନ୍ଦ ଉଲ୍ଲାସର ସହ ବାର୍ଷିକ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତୀର୍ଥବାସୀ ଘଡ଼ାଇ ଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ବାଲିଗୁଡ଼ା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିବଶଙ୍କର ସମରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ନୟାଗଡ଼ର ଜଗନ୍ନାଥ ସଂସ୍କୃତି ଗବେଷକ ତଥା ଅବସରପ୍ରାପ୍ତ ଶିକ୍ଷକ ପ୍ରଶାନ୍ତ କୁମାର ଶତପଥୀ, ସମ୍ମାନୀତ ଅତିଥି ଭାବେ ସୁଡ୍ରା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ମହାରଣା, ସହ ଗୋଷ୍ଠୀ ଶିକ୍ଷାଧିକାରୀ ପଦ୍ମଲୋଚନ ପଣ୍ଡା, ଶିକ୍ଷା ନିରିକ୍ଷକ ସଂଘର ଉପସଭାପତି ରଞ୍ଜିତ କୁମାର ପ୍ରଧାନ, ବାଲିଗୁଡ଼ା ବ୍ଲକ୍ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦୀପକ କୁମାର କନଓ୍ବର, ବିଦ୍ୟାଳୟ ପରିଚାଳନା କମିଟି ଅନନ୍ତ କୁମାର ଦିଗାଳ ପ୍ରମୁଖ ଯୋଗ ଦେଇ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କ ଶିକ୍ଷା ଓ ସୁରକ୍ଷାକୁ ଗୁରୁତ୍ୱ ଦେଇ ଅନ୍ତେବାସୀଙ୍କ ଭବିଷ୍ୟତ ଉଜ୍ବଳ କରିବା ପାଇଁ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଜଣାଇବା ସହ ପିଲାଙ୍କ ଭବିଷ୍ୟତ ଗଢ଼ିବାରେ ଅଭିଭାବକ, ଅଭିଭାବକଙ୍କ ଭୁମିକା କେତେ ଗୁରୁତ୍ୱପୂର୍ଣ୍ଣ ସେନେଇ ଅତିଥି ଗଣ ଆଲୋକପାତ କରାଇଥିଲେ ।
ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ପ୍ରଧାନ ଶିକ୍ଷକ ଶ୍ରୀ ଘଡାଇ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ । ପରେ ପରେ ପୂର୍ବରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ।
ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930