Indus Valley Times

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୫୫ ତମ ଜାତୀୟ ପ୍ରେସ ଦିବସ ପାଳିତ

 Breaking News

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୫୫ ତମ ଜାତୀୟ ପ୍ରେସ ଦିବସ ପାଳିତ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୫୫ ତମ ଜାତୀୟ ପ୍ରେସ ଦିବସ ପାଳିତ
November 16
20:29 2021

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୧୬/୧୧:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ସ୍ତରୀୟ ୫୫ ତମ ପ୍ରେସ ଦିବସ ସ୍ଥାନୀୟ ବନଵସୀ ସେବା ସମିତି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାମ୍ବାଦିକ ମନୋରଞ୍ଜନ ରାୟ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ସାମ୍ବାଦିକ ସତ୍ୟନାରାୟଣ ପାଢ଼ୀ, ମୁଖ୍ୟବକ୍ତା ଭାବେ ଅଧ୍ୟାପକ ଡ଼.ସୁଶାନ୍ତ କୁମାର ଦାଶ, ସମ୍ମାନିତ ଅତିଥି ଭାବେ ନାରାୟଣ ଚୌଧୁରୀ ଯୋଗ ଦେଇଥିଲେ ।
କରୋନା ସମୟରେ ସାମ୍ବାଦିକଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ରହିଥିବାବେଳେ ଆଜିର ଦିନ ପ୍ରେସ ଦିବସରେ ସାମ୍ବାଦିକଙ୍କ ଏକତା ରହିବା ଆବଶ୍ୟକ ଓ ଆଜିର ଦିନରେ ସାମ୍ବାଦିକଙ୍କ ଭୂମିକା ଗୁରୁତ୍ୱ ପୂର୍ଣ୍ଣ ବୋଲି ସୁଶାନ୍ତ କୁମାର ଦାଶ ମତ ରଖିଥିଲେ । ସାମ୍ବାଦିକ ସନ୍ତୋଷ କୁମାର ଦାସ ଅତିଥି ମାନଙ୍କର ପରିଚୟ ସହ ସ୍ୱାଗତ କରିଥିବା ବେଳେ ସାମ୍ବାଦିକ ଭଗବତୀ ପ୍ରସାଦ ସାବତ ଅତିଥି ମାନଙ୍କୁ ଧନ୍ୟବାଦ ଜଣାଇ ଥିଲେ । ଉପସ୍ଥିତ ଥିବା ସମସ୍ତ ସାମ୍ବାଦିକ କରତାଳି ଦେଇ ସଭା ସାଙ୍ଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031