Indus Valley Times

ବିକ୍ରମ ଦେବ କଲେଜର ୭୫ ବର୍ଷ ପୂର୍ତ୍ତି ଅବସରରେ ଜୟପୁରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

 Breaking News

ବିକ୍ରମ ଦେବ କଲେଜର ୭୫ ବର୍ଷ ପୂର୍ତ୍ତି ଅବସରରେ ଜୟପୁରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବିକ୍ରମ ଦେବ କଲେଜର ୭୫ ବର୍ଷ ପୂର୍ତ୍ତି ଅବସରରେ ଜୟପୁରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
February 03
14:48 2023

ଜୟପୁର,୩/୨: ବିକ୍ରମ ଦେବ କଲେଜର ୭୫ ବର୍ଷ ପୂର୍ତ୍ତି ଅବସରରେ ଜୟପୁରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉତ୍ସବରେ ଯୋଗ ଦେଇ ନିଜର ଅବିଭାଷଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ନବୀନ ମଞ୍ଚରେ ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇ କହିଛନ୍ତି ଯେ ‘ଆଜି ବିକ୍ରମ ଦେବ କଲେଜ ବିଶ୍ବବିଦ୍ୟାଳୟ ହେଲା। ଆପଣମାନେ ଖୁସି ତ? ମୁଁ ବି ବହୁତ ଖୁସି।’
ଏହାବ୍ୟତୀତ ମୁଖ୍ୟମନ୍ତ୍ରୀ ନବୀନ ଉପସ୍ଥିତ ସମସ୍ତଙ୍କୁ ସମ୍ବୋଧନ କରି ନିଜର ଖୁସି ବ୍ୟକ୍ତ କରିଛନ୍ତି। ବିକ୍ରମ ଦେବ କଲେଜର ୭୫ ବର୍ଷ ପୂର୍ତ୍ତି ଅବସରରେ ସେ ମହାରାଜ ବିକ୍ରମ ଦେବଙ୍କୁ ନିଜର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସମସ୍ତଙ୍କୁ ସେ ଅଭିନନ୍ଦନ ଜଣାଇବା ସହ ବିକ୍ରମ ଦେବ କଲେଜ ସଂପର୍କରେ ନିଜର ମନ୍ତବ୍ୟ ରଖିଛନ୍ତି। ଶେଷରେ ପିଲାମାନେ ତୁମେମାନେ ଖୁସି ତ, ମୁଁ ବି ବହୁତ ଖୁସି ବୋଲି କହିଛନ୍ତି। ଯୁବପିଢ଼ିଙ୍କ ଉପରେ ମୁଖ୍ୟମନ୍ତ୍ରୀ ନିଜର ବିଶ୍ବାସ ପ୍ରକଟ କରିବା ସହ ସେମାନେ ସମାଜ ସହ ଯୋଡ଼ି ହୋଇ ରୁହନ୍ତୁ ବୋଲି ପରାମର୍ଶ ଦେଇଛନ୍ତି। ଏଥିସହିତ ନିଜ ପରିବାର ଓ ସାରା ଓଡ଼ିଶାର ସ୍ବପ୍ନ ପୂରା କରିବାକୁ ଚେଷ୍ଟା କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031