Indus Valley Times

ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବେ କୌଶିକ ସାହୁ

 Breaking News

ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବେ କୌଶିକ ସାହୁ

ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବେ କୌଶିକ ସାହୁ
October 03
20:03 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା,୩/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସରଂକ୍ଷଣ ସମ୍ମାନ ପାଇବା ପାଇଁ ମନୋନୀତ ହୋଇଥିବା ଜଣାପଡିଛି ।
ସୂଚନା ଯୋଗ୍ୟ ଯେ, ୧୯୯୭ ମସିହାରୁ କନ୍ଧମାଳ ଜିଲ୍ଲାର ଅବୈତନକ ବନ୍ୟପ୍ରାଣୀ ସରଂକ୍ଷକ ଭାବେ କାର୍ଯ୍ୟ କରିବା ସହ ସେ ଜଙ୍ଗଲ ସୁରକ୍ଷା, ଵୃକ୍ଷ ରୋପଣ ଏବଂ ବନ୍ୟପ୍ରାଣୀ ମାନଙ୍କ ସୁରକ୍ଷା ଦିଗରେ ଦୀର୍ଘ ଦିନ ଧରି କାର୍ଯ୍ୟ କରି ଆସୁଛନ୍ତି ।
ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷ ରାଜ୍ୟ ସରକାରଙ୍କର ନିଷ୍ପତ୍ତି କ୍ରମେ କୌଶିକ ସାହୁଙ୍କୁ ଚଳିତ ମାସ ୭ ତାରିଖ ଶନିବାର ଦିନ କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ସ୍ଥିତ କନ୍ଧମାଳ ଜିଲ୍ଲା ବନ ବିଭାଗ କାର୍ଯ୍ୟାଳୟରେ ହେବାକୁ ଥିବା ଏକ ଉତ୍ସବରେ ସମ୍ମାନିତ କରାଯିବ ବୋଲି ବିଭାଗ ପକ୍ଷରୁ ଜଣାପଡିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031