Indus Valley Times

ବିଜେଡି ଅଛି ଓ ଶହେ ବର୍ଷ ରହିବ : ଓଡ଼ିଶାରେ ଏବେ ଡବଲ୍ ଇଞ୍ଜିନ ସରକାର, ବିକାଶ କାଇଁ ବୋଲି ପ୍ରଶ୍ନ କଲେ ନବୀନ

 Breaking News

ବିଜେଡି ଅଛି ଓ ଶହେ ବର୍ଷ ରହିବ : ଓଡ଼ିଶାରେ ଏବେ ଡବଲ୍ ଇଞ୍ଜିନ ସରକାର, ବିକାଶ କାଇଁ ବୋଲି ପ୍ରଶ୍ନ କଲେ ନବୀନ

December 26
15:32 2025

ଭୁବନେଶ୍ୱର, ୨୬/୧୨ : ଆଜି ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ। ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଉଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି।
ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି।
ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ। ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ। ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି।
ସେହିପରି ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। ଏହାସହ ନବୀନ ବିରୋଧୀଙ୍କୁ ଟାର୍ଗେଟ୍ କରି କହିଛନ୍ତି, ୧୮ ମାସରେ ସରକାର ଥିବା ଭଳି ଲାଗୁନି।
ଡବଲ ଇଞ୍ଜିନ ସରକାରରେ ବିକାଶ ନାହିଁ। ଚାଷୀଙ୍କୁ ସାର ମିଳୁନି। ଧାନ ମଣ୍ଡି ଖୋଲୁ ନାହିଁ। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଯୁବ ସମାଜ ହତାଶ ହୋଇପଡ଼ିଛି। ଆଇନ ଶୃଙ୍ଖଳା ନ କହିବା ଭଲ। ମହିଳା ଅତ୍ୟାଚାର ବଢିବାରେ ଲାଗିଛି। ତେଣୁ ଓଡିଶାବାସୀଙ୍କ ସ୍ୱାର୍ଥ ପାଇଁ ବିଜେଡିର ଲଢେଇ ଜାରି ରଖିବ ବୋଲି ଦୃଢୋକ୍ତି ବାଢିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930