Indus Valley Times

ବିଧାନସଭାରେ ଉନ୍ମୋଚିତ ହେଲା ଭାଷା ଆଇନ ପୁସ୍ତକ, ମୁଖ୍ୟମନ୍ତ୍ରୀ କଲେ ଉନ୍ମୋଚନ

 Breaking News

ବିଧାନସଭାରେ ଉନ୍ମୋଚିତ ହେଲା ଭାଷା ଆଇନ ପୁସ୍ତକ, ମୁଖ୍ୟମନ୍ତ୍ରୀ କଲେ ଉନ୍ମୋଚନ

ବିଧାନସଭାରେ ଉନ୍ମୋଚିତ ହେଲା ଭାଷା ଆଇନ ପୁସ୍ତକ, ମୁଖ୍ୟମନ୍ତ୍ରୀ କଲେ ଉନ୍ମୋଚନ
February 04
20:30 2024

ଭୁବନେଶ୍ୱର, ୪/୨: ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଆ ଭାଷାର ସୁରକ୍ଷା ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି।
ଏହାଦ୍ୱାରା ସମସ୍ତ ଓଡ଼ିଆ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ୧୯୪୮ ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ରେ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଧାନସଭାରେ ଭାଷା ଆଇନ
୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031